Posted inଖେଳ

କର୍ତ୍ତବ୍ୟ ପରାୟଣ ଯୋଗୀନ୍ଦର ଶର୍ମାଙ୍କୁ ଆଇସିସିର ପ୍ରଶଂସା

ନୂଆଦିଲ୍ଲୀ,୨୯।୩(ପି.ଟି.)-୨୦୦୭ ଟି୨୦ ବିଶକପ୍‌ ହିରୋ ପୂର୍ବତନ ଭାରତୀୟ କ୍ରିକେଟର ତଥା ପୋଲିସ୍‌ ଅଧିକାରୀ ଯୋଗୀନ୍ଦର ଶର୍ମାଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଭୂୟିୟସୀ ପ୍ରଶଂସା କରିଛି। ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ଯୋଗୀନ୍ଦର ଦେଶରେ ଦେଖାଦେଇଥିବା କରୋନ ଭାଇରସ୍‌ ସଂକ୍ରମଣ ବିରୋଧରେ ପୂରା ସମର୍ପିତ ଭାବେ କାର୍ଯ୍ୟ ସମ୍ପାଦନ କରୁଛନ୍ତି। ତାଙ୍କର କର୍ତ୍ତବ୍ୟନିଷ୍ଠା ଆଇସିସି ଦ୍ୱାରା ପ୍ରଶଂସିତ ହୋଇଛି।
୨୦୦୭ରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଯୋଗୀନ୍ଦର ଚତୁରତାର ସହ ବୋଲିଂ କରିଥିଲେ। ମ୍ୟାଚ୍‌ର ଅନ୍ତିମ ଓଭର ବୋଲି କରି ସେ ଭାରତକୁ ଜିତାଇଥିଲେ। ଅନ୍ତିମ ଓଭରରେ ତୃତୀୟ ବଲ୍‌ରେ ମିସ୍‌ବା ଉଲ ହକଙ୍କୁ ଆଉଟ କରିଥିଲେ ଯୋଗୀନ୍ଦର ଓ ଏଥିସହିତ ପାକିସ୍ତାନ ଅଲଆଉଟ ହୋଇଥିଲା। ଫଳରେ ଭାରତ ୫ ରନରେ ବିଜୟୀ ହୋଇ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା।
ଏହି ଘଟଣାର ୧୩ ବର୍ଷ ପରେ ଯୋଗୀନ୍ଦର ପୁଣି ଦେଶକୁ ଗର୍ବିତ କରିଛନ୍ତି। ତେବେ ଏକ ଭିନ୍ନ ପ୍ରକାର ପୃଷ୍ଠଭୂମୀରେ। ସାରା ଦେଶ ଏବେ କୋଭିଡ-୧୯ ବିରୋଧରେ ଲଢେଇ ଜାରି ରଖିଥିବା ବେଳେ ୩୬ ବର୍ଷୀୟ ଦେବୀନ୍ଦର ହରିୟାଣା ପୋଲିସ୍‌ରେ ଡିଏସ୍‌ପି ଭାବେ କାର୍ଯ୍ୟ କରୁଛନ୍ତି। ଆଇସିସି ତା’ର ଅଫିସିଲଆ ଟୁଇଟର ହ୍ୟାଣ୍ଡଲରେ ଯୋଗୀନ୍ଦରଙ୍କୁ ପ୍ରଶଂସା କରିଛି। ଏବେ ଏହାକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ଯୋଗୀନ୍ଦର ରାସ୍ତରେ ପେଟ୍ରୋଲିଂ କରୁଥିବାର ଦେଖଯାଇଛି। ନିଜ ଦାୟିତ୍ୱକୁ ସେ ସୂଚାରୁ ରୂପେ ସମ୍ପାଦନ କରୁଛନ୍ତି। ୨୦୦୭ ପରଠାରୁ ଡିଏସ୍‌ପି ଭାବେ କାର୍ଯ୍ୟ କରିଆସୁଥିବା ୫ ଫୁଟ୍‌ ୧୧ ଇଞ୍ଚ୍‌ ଉଚ୍ଚତା ବିଶିଷ୍ଟ ଯୋଗୀନ୍ଦର ୪ଟି ଲେଖାଏ ଟି୨୦ ଓ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ସେ ମଧ୍ୟ ୪୪ଟି ପ୍ରଥମ ଶ୍ରେଣୀ ଓ ୪୫ଟି ଲିଷ୍ଟ ଏ ଗେମ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?