Posted inଖେଳ

କର୍ନଓ୍ବାଲଙ୍କୁ ୭ ଉଇକେଟ: ଆଫଗାନିସ୍ତାନ ୧୮୭ରେ ଅଲଆଉଟ୍‌

ଲକ୍ଷ୍ନୌ, ୨୭।୧୧(ପି.ଟି.): ଅଫ୍‌ ସ୍ପିନର ରାଖିମ୍‌ କର୍ନଓ୍ବାଲଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୭/୭୫) ବଳରେ ଓ୍ବେଷ୍ଟଇଣ୍ଡିଜ୍‌ ଏଠାରେ ଆରମ୍ଭ ହୋଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ବଡ଼ ସ୍କୋର ହାସଲ କରିବାର ସୁଯୋଗ ଦେଇନାହିଁ। ସ୍ଥାନୀୟ ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଥିବା ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ନିୟମିତ ବ୍ୟବଧାନରେ ଉଇକେଟ ହରାଇବା ସହ ପ୍ରଥମ ଇନିଂସରେ ୬୮.୩ ଓଭରରେ ୧୮୭ ରନ କରି ଅଲଆଉଟ ହୋଇଛି। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୨୨ ଓଭରରେ ୨ ଉଇକେଟ ହରାଇ ୬୮ ରନ ସଂଗ୍ରହ କରିଛି। ଫଳରେ ୮ ଉଇକେଟ ହାତରେ ରଖି ଓ୍ବେଷ୍ଟଇଣ୍ଡିଜ୍‌ ମାତ୍ର ୧୧୯ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଜନ କ୍ୟାମ୍ପବେଲ ୩୦ ଓ ଶମରା ବ୍ରୁକ୍ସ ୧୯ ରନ କରି ଅପରାଜିତ ରହିଛନ୍ତି। ଓପନର କ୍ରେଗ୍‌ ବ୍ରାଥଓ୍ବେଟ୍‌ ୧୧ ରନ କରି ଅମୀର ହମଜାଙ୍କ ଦ୍ୱାରା ଏଲବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଥିଲେ। ସେହିପରି ସାଇ ହୋପ୍‌ ମାତ୍ର ୭ ରନ କରି ତାରକା ସ୍ପିନର ରସିଦ୍‌ ଖଁ।ଙ୍କ ବଲ୍‌ରେ ଇସାନୁଲ୍ଲାଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ।
ଆଫଗାନିସ୍ତାନ ତରଫରୁ ପ୍ରଥମ ଇନିଂସରେ ଓପନର ଜାଭେଦ ଅହମଦି ସର୍ବାଧିକ ୩୯ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅମୀର ହମ୍‌ଜା ୩୪, ଅଫସର ଜଜାଇ ୩୨, ଇଶାନୁଲ୍ଲା ୨୪, ୟାମିନ ଅହମଦଜାଇ ୧୮, ଇବ୍ରାହିମ ଜଡ୍ରାନ ୧୭ ରନ କରି ଆଉଟ ହୋଇଥିଲେ। ଅନ୍ୟ ୫ ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ କର୍ନଓ୍ବାଲ ମାତ୍ର ୭୫ ରନ ବ୍ୟୟ କରି ସର୍ବାଧିକ ୭, ଜାସନ ହୋଲ୍ଡର ୨ ଓ ଜୋମେଲ ଓ୍ବାରିକାନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ- ୬୮.୩ ଓଭରରେ ୧୮୭ ଅଲଆଉଟ
(ଜାଭେଦ ଅହମଦି- ୩୯, ଅମୀର ହମଜା- ୩୪, ଅଫସର ଜଜାଇ- ୩୨, ଇଶାନୁଲା- ୨୪, ରାଖିମ କର୍ନଓ୍ବାଲ- ୭/୭୫, ହୋଲ୍ଡର- ୨/୨୨)।
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ-୬୮/୨
(କ୍ୟାମ୍ପବେଲ- ୩୦*, ବ୍ରୁକ୍ସ- ୧୯, ବ୍ରାଥଓ୍ବେଟ- ୧୧, ହୋପ୍‌- ୭, ଆମୀର ହମ୍‌ଜା- ୧/୨୫, ରସିଦ ଖାଁ- ୧/୨୪)।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?