କର୍ନାଟକରେ ଅଟକି ରହିଛନ୍ତି ୭୦ ଦାଦନ ଶ୍ରମିକ

ବିନିକା,୩୦।୩(ଡି.ଏନ୍‌.ଏ)-ସୁବର୍ଣ୍ଣପୁର ଜିଲା ବିନିକା ଓ ଡୁଙ୍ଗୁରିପାଲି ବ୍ଲକର ୭୦ଜଣ ଦାଦନ ଶ୍ରମିକ କର୍ନାଟକ ରାଜ୍ୟ ସିତାନ୍ୟାକାହ୍ଲିଠାରେ ଅଟକି ରହିଛନ୍ତି। ଦେଶବ୍ୟାପୀ ଲକ୍‌ ଡାଉନ୍‌ ଘୋଷଣା ପରଠାରୁ ସେମାନେ ସେଠାରେ ଭୋକ ଉପାସରେ ଦିନ କାଟୁଥିବା କହିଛନ୍ତି। ଜିଲା ପ୍ରଶାସନ ସେମାନଙ୍କୁ ଅବିଳମ୍ବେ ଉଦ୍ଧାର କରିବା ଦିଗରେ ପଦକ୍ଷେପ ନେବାକୁ ସେମାନେ ନିବେଦନ କରିଛନ୍ତି। ଗତ ଏକମାସ ତଳେ ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଓ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସାରସମାଲ ଏବଂ ଚନ୍ଦଳି ଗ୍ରାମର ଏହି ଶ୍ରମିକମାନେ ସିତାନ୍ୟାକାହ୍ଲିସ୍ଥିତ କ୍ଲୋରାଇଡ୍‌ ମେଟାଲ୍ସ କାରଖାନାକୁ କାମ କରିବାକୁ ଯାଇଥିଲେ। ମାତ୍ର କରୋନା ସଂକ୍ରମଣକୁ ନେଇ ନେଇ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ପରେ କାରଖାନା କାମ ବନ୍ଦ ହୋଇଗଲା। ଏପଟେ ରେଳ ଓ ବସ୍‌ ଚଳାଚଳ ବନ୍ଦ ହୋଇଯିବାରୁ ସେମାନେ ସେଠାରେ ଅଟକି ରହି ଦୁର୍ବିସହ ଜୀବନ ବିତାଉଛନ୍ତି। ଅଟକ ଶ୍ରମିକଙ୍କ ଉଦ୍ଧାର ଦିଗରେ ପଦକ୍ଷେପ ନେବାକୁ ସେମାନଙ୍କ ପରିବାର ଲୋକେ ପ୍ରଶାସନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?