କର୍ନାଟକ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା:ଆଇଟି ନୀତି, ପୁଞ୍ଜିନିବେଶ ଉପରେ ଆଲୋଚନା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ପୂର୍ବାହ୍ନରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଅଶ୍ବଥ ନାରାୟଣଙ୍କ ସହ ସାକ୍ଷାତ କରିଛନ୍ତି। ଏଥିରେ ଉଭୟଙ୍କ ମଧ୍ୟରେ ଆଇଟି ନୀତି, ପୁଞ୍ଜିନିବେଶ ସୁଯୋଗ ସହ ଆଇଟି କ୍ଷେତ୍ରରେ ଉଭୟ ରାଜ୍ୟ ମିଳିତଭାବେ କାର୍ଯ୍ୟ କରିବା ନେଇ ଆଲୋଚନା ହୋଇଛି। ଓଡ଼ିଶାରେ ଆଇଟି ଇକୋ-ସିଷ୍ଟମ୍‌ ବିକାଶ ଓ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-‘ଟି’ ସୂତ୍ରକୁ ଅନୁପାଳନ ପାଇଁ ଆଇଟି କ୍ଷେତ୍ରକୁ ଅଧିକ ସୁଦୃଢ଼ୀକରଣ ଉପରେ ରାଜ୍ୟ ଗୁରୁତ୍ବ ଦେଉଛି। ଏଥିପାଇଁ ଆଇଟି ଇକୋ-ସିଷ୍ଟମ୍‌ର ବିକାଶ ଲାଗି ଉଭୟ ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ରାଜ୍ୟରେ ଆଇଟି କ୍ଷେତ୍ରରେ ଥିବା ସମାନ ସମସ୍ୟାର ସମାଧାନ ନିମନ୍ତେ ଉଭୟ ରାଜ୍ୟ ମିଳିତଭାବେ କାର୍ଯ୍ୟ କରିବା ଉପରେ ଆଲୋଚନାରେ ମତ ପ୍ରକାଶ ପାଇଛି। ଓଡ଼ିଶାକୁ ଏକ ଆଇଟି ହବ୍‌ରେ ପରିଣତ କରିବା ସହିତ ରାଜ୍ୟରେ ପୁଞ୍ଜିନିବେଶ ପାଇଁ କମ୍ପାନୀଗୁଡିକୁ ସବୁ ପ୍ରକାର ସହଯୋଗ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବା ନେଇ ଆଲୋଚନା ହୋଇଥିବା ଜଣାପଡିଛି। ଉଭୟଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବେଶ୍‌ ସଫଳ ହୋଇଥିବାବେଳେ ଆଗାମୀ ଦିନରେ ରାଜ୍ୟ ଆଇଟି କ୍ଷେତ୍ରରେ ପୁଞ୍ଜିନିବେଶ ଓ ନିଯୁକ୍ତି ସୁଯୋଗକୁ ବୃଦ୍ଧି କରିବା ଦିଗରେ ଏପରି ପ୍ରୟାସ ସହାୟକ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri