Posted inଜାତୀୟ

କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭାଜପା ନେତା ବିଏସ୍‌ ୟେଦୁରପ୍ପା। ଶୁକ୍ରବାର ସନ୍ଧ୍ୟାରେ ରାଜଭବନ ପରିସରରେ ରାଜ୍ୟପାଳ ବାଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଦେଇଛନ୍ତି। ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ଅଧଘଣ୍ଟା ବିଳମ୍ବରେ ଅର୍ଥାତ୍‌ ସନ୍ଧ୍ୟା ୬ଟା ୩୦ରେ ସେ ଶପଥ ଗ୍ରହଣ କରିଛନ୍ତି। ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବା ପରେ ତରବରିଆ ଭାବେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା କୁହାଯାଉଛି। କାରଣ ବାକିଥିବା ପ୍ରାୟ ୧୩ ବିଧାୟକଙ୍କୁ ଯଦି ଅଯୋଗ୍ୟ ଘୋଷିତ କରାଯାଇଥାଆନ୍ତା ତେବେ ପୁଣିଥରେ କର୍ନାଟକ ରାଜନୀତିରେ ସଙ୍କଟ ଦେଖାଦେଇ ଥାଆନ୍ତା। ତେଣୁ ଏହା ହେବା ପୂର୍ବରୁ ବିଦ୍ରୋହୀ ବିଧାୟକଙ୍କ ଉପରେ ଚାପ ପକାଯାଇଛି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ସୂଚନାଯୋଗ୍ୟ, ଚଳିତ ମାସ ପ୍ରଥମରୁ ଏଚ୍‌ଡି କୁମାରସ୍ବାମୀଙ୍କ ମୁଖ୍ୟମନ୍ତ୍ରୀତ୍ୱରେ ଥିବା କଂଗ୍ରେସ ଜେଡିଏସ୍‌ ମେଣ୍ଟ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରି ଶେଷରେ ଭାଜପା ସଫଳ ହୋଇଛି ବୋଲି ଆଲୋଚନା ହେଉଛି। ଆସ୍ଥା ଭୋଟରେ ଭାଜପା ୧୦୫ ଖଣ୍ଡ ଭୋଟ ପାଇ ଏବେ ସରକାର ଗଠନ କରିଛି। ତେବେ ଆସ୍ଥା ଭୋଟରେ ଜିତିବା ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦଳ ଅଧ୍ୟକ୍ଷ ଅମିତ ଶାହ ଓ କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପରାମର୍ଶ କ୍ରମେ ଏବେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି। ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ ପୂର୍ବରୁ ୟେଦୁରପ୍ପା ପ୍ରଥମେ ଭାଜପା କାର୍ଯ୍ୟାଳୟ ଗସ୍ତ କରିଥିଲେ ଓ ଏହାପରେ କାଡୁ ମାଲେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ୟେଦୁରପ୍ପା ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି। ହେଲେ ପୂର୍ବରୁ ୩ ଥର ଯାକ ସେ ନିଜର କାର୍ଯ୍ୟକାଳ ପୂରଣ କରିପାରି ନ ଥିବା ରେକର୍ଡ ରହିଛି। ତେଣୁ ଏଥର ସେ ତାଙ୍କ କାର୍ଯ୍ୟକାଳ ପୂରଣ କରୁଛନ୍ତି କି ନା ତାକୁ ନେଇ ଏବେଠାରୁ ଆଲୋଚନା ଆରମ୍ଭ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?