କର୍ମଚାରୀଙ୍କୁ ଘରକୁ ବିଦା କଲା ଫୁଟବଲ ଏଫ୍‌ଏଫ୍‌ଏ

ସିଡନୀ,୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଫୁଟବଲ ଫେଡେରେଶନ ଅଫ୍‌ ଅଷ୍ଟ୍ରେଲିଆ (ଏଫ୍‌ଏଫ୍‌ଏ) ତା’ର କର୍ମଚାରୀଙ୍କୁ ଘରକୁ ବିଦା କରିଛି। ଫେଡେରେଶନର ୭୦ ପ୍ରତିଶତ କର୍ମଚାରୀଙ୍କୁ ଘରକୁ ଯିବାକୁ ପଡିଛି। କରୋନା ଭାଇରସ୍‌ କାରଣରୁ ସାରା ଦେଶରେ ଫୁଟବଲ ଇଭେଣ୍ଟ ପୂରା ଠପ୍‌ ହୋଇଛି। ଫଳରେ ଫେଡେରେଶନ ଆର୍ଥିକ କ୍ଷତି ସହିବା ନିଶ୍ଚିତ ହୋଇଯାଇଛି। ନ୍ୟାଶନାଲ ରେଜିଷ୍ଟ୍ରେଶନ ଫି, ବ୍ରଡକାଷ୍ଟ ମନୀ, ସ୍ପୋନ୍ସରଶିପ୍‌ ଓ ଟିକେଟ ବିକ୍ରି ଏମିତି ସବୁକିଛି ବାଧାପ୍ରାପ୍ତ ହୋଇଛି ବୋଲି ଏଫ୍‌ଏଫ୍‌ଏ ମୁଖ୍ୟ କାର୍ଯ୍ୟନିର୍ବାହୀ ଜେମ୍ସ ଜନସନ କହିଛନ୍ତି। ତେଣୁ ଫେଡେରେଶନକୁ କ୍ରିୟାଶୀଳ ରଖିବା ପାଇଁ ଅନିଚ୍ଛା ସତ୍ତ୍ୱେ ଆମ ଏହି କଷ୍ଟକର ନିଷ୍ପତ୍ତି ନେବାକୁ ହେଲା ବୋଲି ସେ ସ୍ପଷ୍ଟ କରିଛନ୍ତି।
ଏଫ୍‌ଏଫ୍‌ଏରେ ପାଖାପାଖି ୧୦୦ ଜଣ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ଆଉ କେତେଜଣ ପାର୍ଟ ଟାଇମ୍‌ କାର୍ଯ୍ୟ କରୁଛନ୍ତି। ତେବେ ଖେଳାଳିଙ୍କ ପାଉଣା କାଟିବା ନେଇ ଫେଡେରେଶନ ତରଫରୁ କିଛି କୁହାଯାଇନାହିଁ। ତେବେ ଫେଡେରେଶନର ଏହି ନିଷ୍ପତ୍ତି ସାମୟିକ ବୋଲି ଜନ୍‌ସନ କହିଛନ୍ତି। ଫୁଟବଲ ଅଷ୍ଟ୍ରେଲିଆରେ ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ହୋଇ ନ ଥିଲେ ମଧ୍ୟ ୨୦ ଲକ୍ଷ ଲୋକେ ଫୁଟବଲ ଖେଳିଥାନ୍ତି।
୪୮୦ ଜଣ ଚୁକ୍ତିବଦ୍ଧ ଖେଳାଳିଙ୍କ ପାଉଣା ୫୦ ପ୍ରତିଶତ କାଟି ଦିଆଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ଏମାନଙ୍କ ମଧ୍ୟରେ କେତେକ ଫୁଟବଲର ଗୋଟିଏ ସେସନରେ ୧ ମିଲିୟନ ଅଷ୍ଟ୍ରେଲିଆନ ଡଲାର ଅର୍ଥ ଉପାର୍ଜନ କରିଥାନ୍ତି। ରଗ୍‌ବୀ ଅଷ୍ଟ୍ରେଲିଆ ମଧ୍ୟ ଅନୁରୂପ ଭାବେ ଆର୍ଥତ୍କ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri