କର୍ମଚାରୀଙ୍କୁ ଛଟେଇ କଲା ମିଶ୍ରିଲାଲ କମ୍ପାନୀ

କାଳିଆପାଣି,୧୧।୪(ଡିଏନଏ): ଲକ୍‌ଡାଉନ ସମୟରେ କୌଣସି କର୍ମଚାରୀଙ୍କୁ କମ୍ପାନିପକ୍ଷରୁ ଛଟେଇ କରାଯାଇ ପାରିବ ନାହିଁ କିମ୍ବା ଦରମା କାଟିପାରିବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି। ମାତ୍ର ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ ଏଡ଼ାଇ ଯାଇ ମିଶ୍ରିଲାଲ କମ୍ପାନୀ ପ୍ରାଥମିକ ପର୍ଯ୍ୟାୟରେ ୧୦ଜଣ ନିୟମିତ କର୍ମଚାରୀଙ୍କୁ ଛଟେଇ କରିଥିବା ଜଣାପଡ଼ିଛି। ଏହି ଛଟେଇ ନୋଟିସ କାର୍ଯ୍ୟାଳୟର ନୋଟିସ ବୋର୍ଡରେ ମାରିବା ସହ ତୁରନ୍ତ ଦସ୍ତଖତ କରିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଜାରି କରିଛି। ସୂଚନା ଥାଉକି, କ୍ରୋମାଇଟ ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ମିଶ୍ରିଲାଲ ମାଇନ୍ସ କମ୍ପାନୀ କଅଁସ ପଞ୍ଚାୟତର ସାରୁଆବିଲରେ ଖଣି ଲିଜ ପାଇ ଦୀର୍ଘ ୫୦ ବର୍ଷରୁ ଊର୍ଦ୍ଧ୍ୱ ହେବ କାର୍ଯ୍ୟ କରିଆସୁଛି। ମାତ୍ର ୨୦୨୦ ମାର୍ଚ୍ଚ ୩୧ରେ କମ୍ପାନୀର ଲିଜ ଅବଧି ଶେଷ ହୋଇଯାଇଛି। ପୁନଃ ଖଣି ଲିଜ ଡକାଯାଇଥିବାବେଳେ ଅନ୍ୟ କମ୍ପାନୀ ହାତକୁ ଲିଜ ଚାଲିଯାଇଥିଲା। ଫଳରେ କମ୍ପାନୀ ତା’ର କର୍ମଚାରୀଙ୍କୁ କମ୍ପାନୀ ଛଟେଇ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ଅସନ୍ତୋଷ ଦେଖାଦେଇଛି। କମ୍ପାନୀ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟ ବନ୍ଦ ହେଉଥିବାରୁ କମ୍ପାନୀରୁ ସମ୍ପୂର୍ଣ୍ଣ ଛଟେଇ କରାଯିବା ନେଇ ନୋଟିସ ଲଗାଯାଇଛି। ଲକଡାଉନ ଅବଧି ୩୦ ଏପ୍ରିଲକୁ ବୃଦ୍ଧି ପାଇଥିବାବେଳେ ଛଟେଇ କରାଗଲେ କିପରି କର୍ମଚାରୀମାନେ ଚଳିବେ ବୋଲି କର୍ମଚାରୀମାନେ ପ୍ରଶ୍ନ ଉଠାଇଛନ୍ତି। ଏପରି ନିଷ୍ପତି ବିରୋଧରେ ଶ୍ରମବିଭାଗ ମୁଖ୍ୟଙ୍କ ନିକଟକୁ କର୍ମଚାରୀମାନେ ଚିଠି ଲେଖିଥିବା ଛଟେଇ କର୍ମଚାରୀ ପ୍ରତାପ ଚନ୍ଦ୍ର ପଣ୍ଡା, ବିକାଶ ବାରିକ, ସୂର୍ଯ୍ୟକାନ୍ତ ବେହେରା ପ୍ରମୁଖ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ କମ୍ପାନୀ ନିର୍ଦ୍ଦେଶକ ସିଦ୍ଧାର୍ଥ ଜୈନଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ନ ଉଠାଇବାରୁ ତାଙ୍କ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri