କର୍ମଚାରୀଙ୍କୁ ଛଟେଇ କଲା ମିଶ୍ରିଲାଲ କମ୍ପାନୀ

କାଳିଆପାଣି,୧୧।୪(ଡିଏନଏ): ଲକ୍‌ଡାଉନ ସମୟରେ କୌଣସି କର୍ମଚାରୀଙ୍କୁ କମ୍ପାନିପକ୍ଷରୁ ଛଟେଇ କରାଯାଇ ପାରିବ ନାହିଁ କିମ୍ବା ଦରମା କାଟିପାରିବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି। ମାତ୍ର ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ ଏଡ଼ାଇ ଯାଇ ମିଶ୍ରିଲାଲ କମ୍ପାନୀ ପ୍ରାଥମିକ ପର୍ଯ୍ୟାୟରେ ୧୦ଜଣ ନିୟମିତ କର୍ମଚାରୀଙ୍କୁ ଛଟେଇ କରିଥିବା ଜଣାପଡ଼ିଛି। ଏହି ଛଟେଇ ନୋଟିସ କାର୍ଯ୍ୟାଳୟର ନୋଟିସ ବୋର୍ଡରେ ମାରିବା ସହ ତୁରନ୍ତ ଦସ୍ତଖତ କରିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଜାରି କରିଛି। ସୂଚନା ଥାଉକି, କ୍ରୋମାଇଟ ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ମିଶ୍ରିଲାଲ ମାଇନ୍ସ କମ୍ପାନୀ କଅଁସ ପଞ୍ଚାୟତର ସାରୁଆବିଲରେ ଖଣି ଲିଜ ପାଇ ଦୀର୍ଘ ୫୦ ବର୍ଷରୁ ଊର୍ଦ୍ଧ୍ୱ ହେବ କାର୍ଯ୍ୟ କରିଆସୁଛି। ମାତ୍ର ୨୦୨୦ ମାର୍ଚ୍ଚ ୩୧ରେ କମ୍ପାନୀର ଲିଜ ଅବଧି ଶେଷ ହୋଇଯାଇଛି। ପୁନଃ ଖଣି ଲିଜ ଡକାଯାଇଥିବାବେଳେ ଅନ୍ୟ କମ୍ପାନୀ ହାତକୁ ଲିଜ ଚାଲିଯାଇଥିଲା। ଫଳରେ କମ୍ପାନୀ ତା’ର କର୍ମଚାରୀଙ୍କୁ କମ୍ପାନୀ ଛଟେଇ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ଅସନ୍ତୋଷ ଦେଖାଦେଇଛି। କମ୍ପାନୀ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟ ବନ୍ଦ ହେଉଥିବାରୁ କମ୍ପାନୀରୁ ସମ୍ପୂର୍ଣ୍ଣ ଛଟେଇ କରାଯିବା ନେଇ ନୋଟିସ ଲଗାଯାଇଛି। ଲକଡାଉନ ଅବଧି ୩୦ ଏପ୍ରିଲକୁ ବୃଦ୍ଧି ପାଇଥିବାବେଳେ ଛଟେଇ କରାଗଲେ କିପରି କର୍ମଚାରୀମାନେ ଚଳିବେ ବୋଲି କର୍ମଚାରୀମାନେ ପ୍ରଶ୍ନ ଉଠାଇଛନ୍ତି। ଏପରି ନିଷ୍ପତି ବିରୋଧରେ ଶ୍ରମବିଭାଗ ମୁଖ୍ୟଙ୍କ ନିକଟକୁ କର୍ମଚାରୀମାନେ ଚିଠି ଲେଖିଥିବା ଛଟେଇ କର୍ମଚାରୀ ପ୍ରତାପ ଚନ୍ଦ୍ର ପଣ୍ଡା, ବିକାଶ ବାରିକ, ସୂର୍ଯ୍ୟକାନ୍ତ ବେହେରା ପ୍ରମୁଖ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ କମ୍ପାନୀ ନିର୍ଦ୍ଦେଶକ ସିଦ୍ଧାର୍ଥ ଜୈନଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ନ ଉଠାଇବାରୁ ତାଙ୍କ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri