କର୍ମଚାରୀ, ଗ୍ରାମବାସୀଙ୍କୁ ମାସ୍କ ବାଣ୍ଟିଲା କଣିହାଁ ଏନଟିପିସି

ତାଳଚେର, ୫ା୪(ନି.ପ୍ର.)- ଏନଟିପିସି କଣିହାଁ ବିଦ୍ୟୁତ ପ୍ରକଳ୍ପ ପକ୍ଷରୁ ଏହାର କର୍ମଚାରୀ, ଠିକା ଶ୍ରମିକ, ଟାଉନଶିପ୍ ଏବଂ ଏହାର ଆଖପାଖ ଅଞ୍ଚଳବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷିତ ରଖିବା ପାଇଁ ମାସ୍କ ବଣ୍ଟନ କରାଯାଇଛି । କମ୍ପାନୀର ସାମାଜିକ ଦାୟିତ୍ୱ ବୋଧ ଯୋଜନାରେ ଏନଟିପିସି କର୍ତ୍ତୃପକ୍ଷ ସ୍ଥାନୀୟ ଗଦାଶିଳା ପଞ୍ଚାୟତରେ ୫ ଶହ କଟନ୍ ମାସ୍କ, ଟାଉନଶିପ ଓ ଏହାର ଆଖପାଖ ଗ୍ରାମର ବିଭିନ୍ନ ବ୍ୟବସାୟୀ, ପରିବା ଓ ଫଳ ଦୋକାନୀମାନଙ୍କୁ ୨ ଶହ ମାସ୍କ ପ୍ରଦାନ କରିଛନ୍ତି । ଏଥିସହ କରୋନା ସଂକ୍ରମଣ ରୋକିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯିବା ସହ ରାସ୍ତାଘାଟକୁ ବିଶୋଧନ କରିବା ପାଇଁ କମ୍ପାନୀ ପକ୍ଷରୁ ପଦକ୍ଷେପ ନିଆଯିବାକୁ ସ୍ଥିର ହୋଇଛି । ମାସ୍କ ବଣ୍ଟନ ସମୟରେ ଲୋକଙ୍କୁ ସଚେତନ ରହିବାକୁ ପରାମର୍ଶ ଦିଆଯାଇଥିଲା । ଦେଶରେ ଏନଟିପିସିର ବିିଭିନ୍ନ ବିଦ୍ୟୁତ୍ ପ୍ରକଳ୍ପ କେନ୍ଦ୍ର ପକ୍ଷରୁ କରୋନା ସଂକ୍ରମଣକୁ ପ୍ରତିହତ କରିବାକୁ କେନ୍ଦ୍ରୀୟ ଶକ୍ତି (ରାଷ୍ଟ୍ର ପାହ୍ୟା) ମନ୍ତ୍ରୀ ଆର. କେ. ସିଂଙ୍କ ପରାମର୍ଶ କ୍ରମେ ବିଭିନ୍ନ ପଦକ୍ଷେପ ନିଆଯାଉଥିବା ଏନଟିପିସି ପକ୍ଷରୁ ଜାରି ପ୍ରେସ ବିବୃତ୍ତିରେ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri