ବ୍ରହ୍ମପୁର ଅଫିସ,୧୨ା୧-ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଏବଂ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦିଆଯାଉଛି। ତେବେ ପାଳନ କରା ନ ଯାଇ ସରକାର ପ୍ରତାରଣା କରୁଥିବା ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା ଅଭିଯୋଗ କରିଛି। ପ୍ରତିବାଦରେ ମଞ୍ଚ ପୁଣି ଆନ୍ଦୋଳନକୁ ଓହ୍ଲାଇବା ଚେତାବନୀ ଦେଇଛି। ମଞ୍ଚ ରାଜ୍ୟ ସମ୍ପାଦକ ଶ୍ୟାମ ସୁନ୍ଦର ଖାଡ଼ଙ୍ଗା ଓ ଜିଲା ଶାଖା ସମ୍ପାଦକ ରାଜେନ୍ଦ୍ର ପଣ୍ଡା ଶନିବାର ଏଠାରେ ଏହି ସୂଚନା ଦେଇଛନ୍ତି। ଫେବୃୟାରୀ ୧୨ରେ ମଞ୍ଚ କନଭେନଶନ୍ ଭୁବନେଶ୍ୱରରେ ଅନୁଷ୍ଠିତ ହେବ । ଆନ୍ଦୋଳନ ତାରିଖ ଘୋଷଣା କରାଯିବାର କୁହାଯାଇଛି।
ରାଜ୍ୟ ସମ୍ପାଦକ କହିଛନ୍ତି, କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀଙ୍କୁ କେନ୍ଦ୍ର ସରକାର ସମସ୍ତ ସୁବିଧା ଯୋଗାଇଛନ୍ତି। ରାଜ୍ୟ ସରକାର ମଧ୍ୟ କେନ୍ଦ୍ରୀୟ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଯିବା ପ୍ରତିଶ୍ରୁତି ଦେଇ ଏଯାବତ୍ କାର୍ଯ୍ୟକାରୀ କରିନାହାନ୍ତି। ତେଣୁ ପେନସନଭୋଗୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷର ନିଅଁା ଜଳୁଛି। ବିଭିନ୍ନ ସମୟରେ ୫ମ, ଷଷ୍ଠ ଓ ସପ୍ତମ ବେତନ କମିଶନ ସୁପାରିସ ଅନୁସାରେ ସମସ୍ତ ସୁବିଧା ଦିଆଯିବାର ମଞ୍ଚ ଏବଂ ସରକାରୀ ପଦାଧିକାରୀଙ୍କ ମଧ୍ୟରେ ଲୋକସେବା ଭବନରେ ଆଲୋଚନା ହୋଇଛି। ସମାଧାନର ପ୍ରତିଶ୍ରୁତି ମଧ୍ୟ ଦିଆଯାଇଛି। ଅସଙ୍ଗତି ଦୂର କରାଯାଉ ନ ଥିବାରୁ ସମସ୍ୟା ଉପୁଜିଛି।
ଅବିଳମ୍ବେ ଅସଙ୍ଗତି ଦୂର କରାଯିବା, ଜୁଲାଇରେ କେନ୍ଦ୍ର ସରକାରୀ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀଙ୍କୁ ୫% ଡିଏ ବଢ଼ାଇ ପ୍ରାପ୍ୟ ଦେଇ ସାରିଛନ୍ତି। ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ବର୍ଦ୍ଧିତ ଡିଏ ନେଇ ଘୋଷଣା କରି ନ ଥିବାରୁ ମଞ୍ଚ ଗଞ୍ଜାମ ଶାଖା ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ସମସ୍ତ ଦାବି ତୁରନ୍ତ ପୂରଣ ପାଇଁ ଦାବି ହୋଇଛି।
ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍; ଚାଲିଗଲା…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…
କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…
Archives

