କର୍ମଶାଳାରେ ହୋହଲ୍ଲା, ଅଧାରୁ ବନ୍ଦ

ବାରିପଦା ଅଫିସ,୨୪ା୯- ସମଗ୍ର ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଚାଲିିଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲା ବିଜେଡି ପକ୍ଷରୁ ବାରିପଦା ଷ୍ଟେସନ ବଜାର ସ୍ଥିତ ବିବାହ ମଣ୍ଡପଠାରେ ସଭ୍ୟ ସଂଗ୍ରହ ଅଭିଯାନର କର୍ମଶାଳା ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କର୍ମୀଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ନେଇ ହୋହଲ୍ଲା ହେବାରୁ ବୈଠକ ଅଧାରୁ ବନ୍ଦ ହୋଇଥିଲା।
ଜିଲା ସଭାପତି ଦେବାଶିଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବାରିପଦା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ତଥା ଭୁବନେଶ୍ୱର(ଉତ୍ତର) ବିଧାୟକ ସୁୁଶାନ୍ତ ରାଉତ ଯୋଗଦେଇ କର୍ମୀ ତଥା ନେତୃବୃନ୍ଦଙ୍କୁ ସଭ୍ୟ ସଂଗ୍ରହ ଅଭିଯାନର କାର୍ଯ୍ୟଶୈଳୀ ଓ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଏହ ସମୟରେ ଜିଲା ସମ୍ପାଦକ ସୁଜିତ କୁମାର ମହାନ୍ତି ଦଳରେ କର୍ମୀମାନଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରିଥିଲେ। ସଭ୍ୟ ସଂଗ୍ରହ ଅଭିଯାନ କିଛି ହାତ ଗଣତି ନେତା ନିଜ ହିସାବରେ କାର୍ଯ୍ୟ କରୁଛନ୍ତି। ଦଳର ପୁରୁଖା ନେତାମାନଙ୍କୁ ଦାୟିତ୍ୱ ଦିଆ ନ ଯାଇ ଅଳ୍ପ ଦିନ ହେବ ଦଳକୁ ଆସିଥିବା ନେତା ମାନଙ୍କୁ ଏହି ଦାୟିତ୍ୱ ଦିଆଯାଉଥିବା ଅଭିଯୋଗ କରିଥିଲେ। ଏହା ପରେ ଅନ୍ୟ ନେତୃବୃନ୍ଦମାନେ ଅନୁରୁପ ଅଭିଯୋଗ କରି ହୋହଲ୍ଲା କରିଥିଲେ। ଏହା ବ୍ୟତୀତ ଜିଲାରେ କର୍ମୀଙ୍କୁ ଚିହ୍ନି ନ ଥିବା ନେତୃବୃନ୍ଦଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଉଥିବା ମଧ୍ୟ କର୍ମୀମାନେ ଅଭିଯୋଗ କରି ସଭା ସ୍ଥଳରୁ ବାହାରକୁ ଚାଲିି ଆସିଥିଲେ। ଜିଲାରେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଦଳୀୟ କାର୍ଯ୍ୟାଳୟରେ ଆବଶ୍ୟକ ଭିତ୍ତିଭୂମୀ ଥିବା ସତ୍ତ୍ୱେ ଏଠାରେ କାର୍ଯ୍ୟକ୍ରମ ନ କରି ବାହାର ସ୍ଥାନରେ କାର୍ଯ୍ୟକ୍ରମ କରାଯାଉଥିବା ଘଟଣାକୁ ମଧ୍ୟ କର୍ମୀମାନେ ବିରୋଧ କରିଥିଲେ। ଫଳରେ ସଭାକୁ ଅଧାରେ ବନ୍ଦ କରିବାକୁ ପଡିଥିଲା। ପରେ ସଭାରେ ଅଭିଯୋଗ କରିଥିବା ବିଜେଡି ନେତା ସୁଜିତ କୁମାର ମହାନ୍ତିଙ୍କ ସହିତ ପର୍ଯ୍ୟବେକ୍ଷକ ରାଉତ ବ୍ୟକ୍ତିଗତ ଭାବେ ଆଲୋଚନା କରିଥିଲେ। ଅନ୍ୟ ନେତୃବୃନ୍ଦମାନଙ୍କ ସହିତ ଆଲୋଚନା କରି ସମସ୍ତେ ମିଳିମିଶି ଦଳୀୟ କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ଉପଦେଶ ଦେଇଥିଲେ। ବୈଠକରେ ଜିଲା କାର୍ଯ୍ୟକାରୀ ସଭାପତି ଡା.ଦେବାଶିଷ ମାରାଣ୍ଡି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି, ଯୁବ ବିଜେଡିର ଉତ୍ତର ଓଡ଼ିିଶା ଜୋନ ସଭାପତି ସୁବ୍ରମଣ୍ୟମ ମହାନ୍ତି, ଜିଲା ଯୁବ ବିଜେଡି ସଭାପତି ଜିତେନ୍ଦ୍ର ମହାନ୍ତି, ପୂର୍ବତନ ଉପବାଚସ୍ପତିି ସାନନ୍ଦ ମାରାଣ୍ଡି, ପୂର୍ବତନ ବିଧାୟକ ଭାଦବ ହାଁସଦା, ମହିଳା ସଭାନେତ୍ରୀ ବୀଣାପାଣି ସାହୁ,ପୂର୍ବତନ ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ମହିଳା ନେତ୍ରୀ ସମ୍ପା ମଜୁମଦାର ପ୍ରମୁଖଙ୍କ ସମେତ ଆଗଧାଡ଼ିର ନେତୃବୃନ୍ଦମାନେ ଉପସ୍ଥିତ ଥିଲେ। ସେହିପରି ଏହି କାର୍ଯ୍ୟକ୍ରମକୁ ସ୍ବତନ୍ତ୍ର ଭାବେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଡକାଯାଇଥିଲା। ମାତ୍ର ଖବର ସଂଗ୍ରହ ପାଇଁ କୌଣସି ବ୍ୟବସ୍ଥା କରା ନ ଯାଇ ସେମାନଙ୍କୁ ଅଣଦେଖା କରାଯାଇଥିଲା। ଫଳରେ ଗଣମାଧ୍ୟମ ପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମକୁ ବର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri