Posted inଜାତୀୟ

କର୍‌ତାରପୁର କରିଡର:ପାକିସ୍ତାନ ଯିବେନି ମନମୋହନ

ନୂଆଦିଲ୍ଲୀ,୪-୧୦(ପି.ଟି.):କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଯୋଗଦେବେ। ତେବେ ସେ ପାକିସ୍ତାନ ଯିବେନି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ସ୍ପଷ୍ଟ କରିଛନ୍ତି। ପ୍ରଥମ ସର୍ବଦଳୀୟ ପ୍ରତିନିଧିଙ୍କ ସହ କର୍‌ତାରପୁର ସାହିବ ଗୁରୁଦ୍ୱାରାରେ ଯୋଗଦେବା ପାଇଁ ମନମୋହନ ରାଜି ହୋଇଥିବା ସେ ସୂଚନା ଦେଇଛନ୍ତି। ତାଙ୍କର କିମ୍ବା ପୂର୍ବତନ ପ୍ରଧାନମନ୍ତ୍ରୀଙ୍କର ପାକିସ୍ତାନ ଯିବାର କୌଣସି ଯୋଜନା ନାହିଁ। ପାକିସ୍ତାନ ଯିବା ଓ କରିଡର ଦେଇ ଗୁରୁଦ୍ୱାର ଯିବା ମଧ୍ୟରେ ଅନେକ ପାର୍ଥକ୍ୟ ରହିଛି। ପାକିସ୍ତାନର ଆମନ୍ତ୍ରଣ ରକ୍ଷା କରି ମନମୋହନ ସେଠାକୁ ଯିବେ ବୋଲି ରିପୋର୍ଟ ପ୍ରକାଶ ପାଇବା ପରେ ଅମରିନ୍ଦର ଉପରୋକ୍ତ ସ୍ପଷ୍ଟୀକରଣ ଦେଇଛନ୍ତି। ଦେବଗୁରୁ ନାନକ ଦେବଙ୍କ ୫୫୦ତମ ପ୍ରକାଶ ପର୍ବ ସହ ଐତିହାସିକ କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗଦେବା ପାଇଁ ଅମରିନ୍ଦର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ତାଙ୍କ ଆମନ୍ତ୍ରଣକୁ ଗ୍ରହଣ କରିଛନ୍ତି। ନଭେମ୍ବର ୧୨ରେ ସୁଲତାନପୁର ଲୋଧିଠାରେ ମୁଖ୍ୟ କାର୍ଯ୍ୟକ୍ରମ ଏବଂ ଡେରା ବାବା ନାନକଙ୍କ ପୀଠରେ କର୍‌ତାରପୁର କରିଡର ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଅମରିନ୍ଦର ସେମାନଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri