କଲବଲ କରୁଛି କୁହୁଡ଼ି, ୨୨ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ସାରା ଓଡ଼ିଶାରେ କଲବଲ କରୁଛି କୁହୁଡ଼ି। ଘନ କୁହୁଡ଼ି ସହ ପ୍ରବଳ ଶୀତ ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଥିବାବେଳେ ଗାଡ଼ିମୋଟର ପାଇଁ କାଳ ସାଜିଛି। ଇତିମଧ୍ୟରେ କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟି ବହୁ ଜୀବନ ଯାଇଛି। ତେବେ ଆଉ କିଛିଦିନ ଘନ କୁହୁଡ଼ି ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଶନିବାର ଶୀତର ପ୍ରକୋପ କମ୍‌ ରହିଥିଲା। ତାଳଚେରର ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ଅନ୍ୟ ଅଞ୍ଚଳରେ ପୂର୍ବଦିନଠାରୁ ଅପେକ୍ଷାକୃତ ଅଧିକ ଥିଲା। ଆସନ୍ତା ୨୨ ତାରିଖରେ ପୁଣି ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ଅନୁଗୋଳ ଆଦି ୫ ଜିଲାରେ ବର୍ଷା ସହ ଝଡ଼ ତୋଫାନ ଏବଂ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା ରହିଛି। ତେଣୁ ବଜ୍ରପାତ ନେଇ ଉକ୍ତ ଦୁଇ ଜିଲାକୁ ପାଣିପାଗ କେନ୍ଦ୍ର ସତର୍କ କରାଇବା ସହ ୟେଲୋ ଓ୍ବାର୍ନିଂ ଜାରି କରିଛି। ବର୍ଷା ପରେ ଶୀତ ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ମିଳିଥିବା ସୂଚନାନୁସାରେ, ଶନିବାର ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ଼ ଜିଲାରେ କୁହୁଡ଼ି ଦେଖାଯାଇଥିଲା। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ। ଏଥିପାଇଁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ରବିବାର ପାଇଁ ଖୋର୍ଦ୍ଧା, ପୁରୀ, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ସୋମବାର ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଓ କୋରାପୁଟ, ମଙ୍ଗଳବାର ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, କୋରାପୁଟ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ଯାଜପୁର, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ସୁନ୍ଦରଗଡ଼ ଏବଂ ବୁଧବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଆଦି ୫ ଜିଲାରେ ଘନ କୁହୁଡ଼ି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri