କଲମପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କଲମପୁର,୩୧।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା କଲମପୁର ବ୍ଲକ ପରିସରରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । କଲମପୁର ବିଡିଓ ହେମ ସାଗର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ ପଞ୍ଚାୟତରୁ ବହୁ ଭିନ୍ନକ୍ଷମ ଉପସ୍ଥିତ ଥିଲେ। ଅନଲାଇନ ମାଧ୍ୟମରେ ୩୭୩ ଜଣ ଭିନ୍ନକ୍ଷମ ଫର୍ମ ଆବେଦନ କରିଥିଲେ । ୧୨୭ ଜଣଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ୯୦ ଜଣ ହିତାଧିକାରୀ ନୂତନ ଭବେ ଅନଲାଇନ କରିଥିବା ବେଳେ ବସ ଏବଂ ଟ୍ରେନ ପାସ୍‌ ପାଇଁ ୨୭ ଜଣ ଆବେଦନ କରିଥିଲେ । ପେନସନ ପାଇଁ ୧୦ ଜଣ ଆବେଦନ କରିଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୨୯ ଜଣ ଏବଂ କର୍ମନିଯୁକ୍ତି ଆବେଦନ ପାଇଁ ୨୫ ଜଣ ଆବେଦନ କରିଛନ୍ତି । କାର୍ଯ୍ୟକ୍ରମରେ ମଣ୍ଡଳ ଗ୍ରାମ ପଞ୍ଚାୟତ ଲାଟିଗାଁର ରାଜ ଝାଙ୍କରକୁ ଗୋଟିଏ ହ୍ୟୁଲ ଚେୟାର ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଜିଲା ଚିକିତ୍ସାଳୟରୁ ବହୁ ବିଭାଗୀୟ ଡାକ୍ତର ଉପସ୍ଥିତ ରହି ଭିନ୍ନକ୍ଷମମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡା. ଏସକେ ପାଢ଼ୀ, ନିବେଦିତା ସାହୁ, ପିକେ ପଟ୍ଟନାୟକ, ପିକେ ପଣ୍ଡା, ବାଦଲ କୁମାର ପଟ୍ଟନାୟକ, ରମେଶ ଜେନା, ନିବାସ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ। ଭୀମଭୋଇ ସାମର୍ଥ୍ୟ ଶିବିରରେ କଲମପୁର ବ୍ଲକ ସିଡିପିଓ ନିୟତିବାଲା ସୁରେନ, ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କରୁଣାକର ବାଗ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଲକ୍ଷ୍ମଣ ହରିଜନ, ବରିଷ୍ଠ ରାଜସ୍ବ ସହାୟକ ଭ୍ରୁଷବ ନାଏକ, କନିଷ୍ଠ ସହାୟକ ରବୀନ୍ଦ୍ର ବେହେରା, ଶିକ୍ଷକ ବିନୋଦ ପଟ୍ଟନାୟକ, ଶିକ୍ଷକ ସୁବ୍ରତ ବେହେରା, ପ୍ରୋଗ୍ରାମ ସହାୟକ ପୂର୍ଣ୍ଣଚନ୍ଦ୍ର ମାଝି, ଅଫିସର ନାୟକ, ରାଜେନ୍ଦ୍ର ରାଉତ, ଜଗନ୍ନାଥ ନାଏକ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri