କଲେଜ ପ୍ରତିଷ୍ଠା ଦିବସରେ ଅଧ୍ୟକ୍ଷଙ୍କ ବିୟୋଗ

ଭଞ୍ଜନଗର,୨୬ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଅମୂଲ୍ୟ ଦାସ (୫୯)ଙ୍କ ଶୁକ୍ରବାର ରାତିରେ ଅକାଳ ବିୟୋଗ ଘଟିଛି। ପ୍ରତିଷ୍ଠା ଦିବସ ସରିବା ପରେ ସେ ଘରକୁ ଯିବାକୁ ବାହାରୁଥିବାବେଳେ ପଡିଯାଇ ମୃତ୍ୟୁ ଘଟିଛି। ଏହି ଖବର ରାତିରେ କ୍ଷତ୍ରିୟବପୁରରେ ପହଞ୍ଚତ୍ବାପରେ ସମଗ୍ର ଭଞ୍ଜନଗର ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି। ତାଙ୍କର ଅକାଳ ବିୟୋଗରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି। ଶୁକ୍ରବାର କ୍ଷତ୍ରିୟବରପୁର କଲେଜର ୩୬ତମ ପ୍ରତିଷ୍ଠା ଦିବସ ଥିଲା। ଅତିଥିମାନେ ବିଳମ୍ବରେ ଆସିବାରୁ ସଭା ମଧ୍ୟ ବିଳମ୍ବରେ ଆରମ୍ଭ ହୋଇଥିଲା। ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ସଭା ସରିବା ପରେ ଅଧ୍ୟକ୍ଷ ଦାସ ଓ ବେଲଗୁଣ୍ଠା ବ୍ଲକ ବିଜେଡ଼ି ସଭାପତି ପ୍ରଶାନ୍ତ ନାୟକ ଓ ଅନ୍ୟମାନେ କଲେଜ ସମ୍ମୁଖରେ ଠିଆହୋଇ କଥା ହେଉଥିଲେ। କିଛିସମୟ ପରେ ଅଧ୍ୟକ୍ଷ ଦାସ ଘରକୁ ଯିବାକୁ ବାହାରୁଥିବାବେଳେ ହଠାତ୍‌ ତଳେ ପଡିଯାଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ପ୍ରଶାନ୍ତ ଓ ଅନ୍ୟମାନେ ତାଙ୍କୁ ଗୋବରା ମେଡ଼ିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଅମୂଲ୍ୟଙ୍କୁ ମୃତ ଘୋଷଣା କରିଥିଲେ। ଅମୂଲ୍ୟ ଜଣେ ଶିକ୍ଷାବିତ ଓ ସାମାଜିକକର୍ମୀ ଭାବେ ରାଜ୍ୟରେ ପରିଚିତ ଥିଲେ। ସେ ବହୁବାର ଜାତୀୟ ଓ ରାଜ୍ୟସ୍ତରରେ ସେବାପାଇଁ ସମ୍ମାନିତ ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକୃତିକ ବିପର୍ଯ୍ୟୟ ସୂଚନା ଦେବ ‘ସତର୍କ’ ଆପ୍‌: ବ୍ଲକ, ପଞ୍ଚାୟତରେ ଲାଗିବ ପାଣିପାଗ ଓ ବୃଷ୍ଟିମାପକ ଯନ୍ତ୍ର

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଚିର ସହଚର ହୋଇ ରହିଛି। କେତେବେଳେ ବନ୍ୟା ତ କେତେବେଳେ ବାତ୍ୟା, ମରୁଡ଼ି, ବଜ୍ରପାତ, ଅଂଶୁଘାତ ଭଳି ବିପତ୍ତି...

ତେଲ ବିଲ୍‌ ଜାଲିଆତି: ୨ କର୍ମଚାରୀଙ୍କୁ ନିଲମ୍ବିତ କଲା ଓଟିଡିସି

ଭୁବନେଶ୍ୱର,୬ା୫(ବ୍ୟୁରୋ): ତେଲ ବିଲ୍‌ରେ ଜାଲିଆତି କରି ନିକଟରେ ୩ ପୋଲିସ କର୍ମଚାରୀ ନିଲମ୍ବନ ହେବାର ଗୋଟିଏ ମାସ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)...

ଆଗକୁ ବିପଦ କୋଭିଡ୍‌ ଆବର୍ଜନା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...

ଘସିପୁରା ଥାନା ମହିଳା ଏସ୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍‌ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ...

କାଳୀପୂଜା ପ୍ରସ୍ତୁତି ବୈଠକ: ପ୍ଲାଷ୍ଟିକମୁକ୍ତ ପୂଜା ମଣ୍ଡପ ନିଷ୍ପତ୍ତି

ଯାଜପୁର ରୋଡ, ୧୭।୧୦(ନି.ପ୍ର.): ଯାଜପୁର ରୋଡ ସହରରେ କାଳୀପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ନେଇ ବୁଧବାର ଜିଲା ପ୍ରଶାସନ ଓ ପୋଲିସ୍‌ ପକ୍ଷରୁ...

ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି...

ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ୯ ସହରର ତାପମାତ୍ରା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତର ଲହରି। ଶନିବାର ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। କେନ୍ଦୁଝରରେ ୫.୬, ଝାରସୁଗୁଡ଼ାରେ ୫.୮, ଟିଟଲାଗଡ଼...

Advertisement
Archives

Model This Week