କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି ଏକ ବ୍ୟବସାୟିକ ସ୍ଥାନରେ କିଭଳି ଶିକ୍ଷାଦାନ ହେବ, ତାହାକୁ ନେଇ ମଧ୍ୟ ସମାଲୋଚନା କରାଯାଉଛି। ମାସକୁ ୮ଲକ୍ଷ ୨୫ହଜାର ଟଙ୍କା ଭଡ଼ାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ମଙ୍ଗଳବାର ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଷ୍ଟୁଡେଣ୍ଟ୍‌ସ ଅର୍ଗାନାଇଜେଶନ୍‌(ଏଆଇଡିଏସ୍‌ଓ) ପକ୍ଷରୁ ଏହାକୁ ତୀବ୍ର ବିରୋଧ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶୈକ୍ଷିକ ବାତାବରଣକୁ ରାଜ୍ୟ ସରକାର ନଷ୍ଟ କରୁଛନ୍ତି ବୋଲି ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ, ଏକକ ବିଶ୍ୱବିଦ୍ୟାଳୟ, ଡିମ୍‌ଡ ବିଶ୍ୱବିଦ୍ୟାଳୟ ଏବଂ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ କଦାପି ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିପାରିବ ନାହିଁ। ଏହା ଦ୍ୱାରା ସରକାର ଶିକ୍ଷାର ଘରୋଇକରଣ ଏବଂ ବ୍ୟବସାୟୀକରଣ ପାଇଁ ରାସ୍ତା ବାହାର କରୁଛନ୍ତି। ଏହାର ପରିଣାମ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଛି । ପାଠପଢ଼ା ଖର୍ଚ୍ଚକୁ ଛାତ୍ରୀଛାତ୍ରଙ୍କ ଉପରେ ଲଦି ଦିଆଯାଉଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗି ରହିଛିା ଏହାକୁ ସଜାଡ଼ିବା ବଦଳରେ ୫ ମହାବିଦ୍ୟାଳୟକୁ ନେଇ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ଖୋଲିବା ନିନ୍ଦନୀୟ। ବର୍ତ୍ତମାନ ସୁଦ୍ଧା ଏହି ବିଶ୍ୱବିଦ୍ୟାଳୟର ଏକାଡ଼େମୀ ବ୍ଲକ ପାଇଁ ୫ କୋଟି, କ୍ରୀଡ଼ା ସଂସଦ କାର୍ଯ୍ୟାଳୟ ପାଇଁ ୫କୋଟି ଏବଂ ଶୌଚାଳୟ ନିର୍ମାଣ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇସାରିଛି । ଏଣୁ ଭିତ୍ତିଭୂମି ନ ଥିବା ଦର୍ଶାଇ ଏକ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କାହା ସ୍ବାର୍ଥରେ ବୋଲି ସଂଗଠନ ପ୍ରଶ୍ନ କରିଛି। ଏଣୁ ତୁରନ୍ତ ଏହାକୁ ବାତିଲ କରାଯାଉ ବୋଲି ସଂଗଠନ ପକ୍ଷରୁ ଏକ ଦାବିପତ୍ର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କୁ ପ୍ରଦାନ କରାଯାଇଛି। ରାଜ୍ୟ ଉପସଭାପତି ସୋମନାଥ ବେହେରା, ଶିବାନୀ ଶଙ୍କର ମିଶ୍ର, ନିମାଇଁ ଚରଣ ସାହୁ, ରଞ୍ଜନ ସେଠୀ, କିଶାନ ସାହୁ, ପପୁନ ସାହୁ, କାମରାଜ ସାହୁଙ୍କ ସମେତ ବହୁ ସଦସ୍ୟ ଏହି ବିକ୍ଷୋଭରେ ଭାଗ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri