କଲ ଡିଟେଲସରୁ ମିଳିଲା ହତ୍ୟାର ସୁରାଗ: ମହିଳାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗିରଫ

ତରଭା,୫।୪(ଡ଼ି ଏନ ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ମାନହୀରା ଗାଁରେ ଅଚିହ୍ନା ବିବାହିତ ମହିଳାଙ୍କୁ ହତ୍ୟା ଘଟଣାର ପର୍ଦାଫାସ ହୋଇଛି। ମହିଳାଙ୍କ ପରିଚୟ ମିଳିବା ସହ ରବିବାର ଅଭିଯୁକ୍ତ ତରଭା ଥାନା ପଦ୍ମପୁର ଗାଁର ସନ୍ତୋଷ କୁମାର ଦାସଙ୍କୁ ଗିରଫ କରାଯାଇଛି । ସନ୍ତୋଷଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଗତ ୨୬ ତାରିଖରେ ମାନହୀରା ଗାଁର ଦେବରାଜ ସେଠଙ୍କ କୂଅ ଭିତରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଥିଲା। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ପରେ ମହିଳାଙ୍କ ଆଧାର କାର୍ଡ ଓ ଭୋଟର ପରିଚୟ ପତ୍ରରୁ ତାଙ୍କ ନାମ ଫିଲୋମିନା ଖଡ଼ିଆ ଘର ଦେବଗଡ ଜିଲା ଡାଲକବହଲ ବୋଲି ଜଣାପଡିଥିଲା। ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ୨୯ତାରିଖରେ ମହିଳାଙ୍କ ସ୍ୱାମୀଙ୍କୁ ହସ୍ତାନ୍ତର କରିଥିଲା। ତେବେ ମହିଳାଙ୍କ ଜବତ ମୋବାଇଲରୁ ହତ୍ୟାକାଣ୍ଡ ସମ୍ପର୍କରେ ପୋଲିସକୁ ସୁରାଗ ମିଳିଥିଲା ବୋଲି ଏସପି ଦେବୀପ୍ରସାଦ ଦାଶ ତାରଭରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏସପି ଦଶ କହିଥିଲେ ସମ୍ପୃକ୍ତ ମହିଳା ପଦ୍ମପୁରର ସନ୍ତୋଷଙ୍କୁ ସହିତ ବାରମ୍ବାର ଫୋନରେ କଥା ହେଉଥିଲେ। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା। ସନ୍ତୋଷ ବିବାହିତ ହୋଇଥିଲେ ହେଁ ମହିଳାଙ୍କୁ ବିବାହର ପ୍ରତିଶୃତି ଦେଇଥିଲେ। ୧୯ ତାରିଖରେ ଫିଲୋମିନା ବଲାଙ୍ଗୀରରେ ପହଞ୍ଚିଥିଲେ । ପରେ ସେ ତରଭା ମାନହୀରା ଗାଁକୁ ଆସିଥିଲେ। ସନ୍ତୋଷ ଭୟରେ ଫିଲୋମିନାଙ୍କୁ କୂଅ ଭିତରକୁ ଠେଲି ହତ୍ୟା କରିଥିବା ସ୍ୱୀକାର କରିଛନ୍ତି। ମହିଳାଙ୍କ ବ୍ୟାଗରୁ ୨ଟି ମୋବାଇଲ ଓ ବ୍ୟାଗରୁ ନଗଦ ୧୫୭୮୦ଟଙ୍କା ଜବତ ହୋଇଛି। ଖବରଦାତା ସମ୍ମିଳନୀରେ ତରଭା ଆଇଆଇସି ଡୋଳାମଣି ଭୋଇ ଓ ତଦନ୍ତକାରୀ ଅଧିକାରୀ ପି.ବେହେରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri