କଳଙ୍କ ଲାଗିଯିବା ଭୟରେ ବିଧାନସଭା ବନ୍ଦ କରି ଦିଆଗଲା: କଂଗ୍ରେସ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ସରକାରଙ୍କ ପକ୍ଷରୁ କ୍ଲିନ୍‌ ଚିଟ୍‌ ଦିଆଯିବା ପ୍ରସଙ୍ଗ ସହ ୧୭ ଦିନ ପୂର୍ବରୁ ବିଧାନସଭା ଶୀତ ଅଧିବେଶନକୁ ବନ୍ଦ କରାଯିବାକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ଉଭୟ ଭାଜପା ଓ କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏହିକ୍ରମରେ କଂଗ୍ରେସ ନେତା ସତ୍ୟପ୍ରକାଶ ନାୟକ କହିଛନ୍ତି, ମନ୍ତ୍ରୀ ଗୃହରେ ସ୍ପଷ୍ଟୀକରଣ ଦେଇପାରିଲେ ନାହିଁ। ତାଙ୍କ ପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସ୍ପଷ୍ଟୀକରଣ ଦେଲେ। ମନ୍ତ୍ରୀଙ୍କ ଗସ୍ତ ପାଇଁ କେଉଁ ସଂସ୍ଥା କେଉଁ ଆକାଉଣ୍ଟରୁ ଟଙ୍କା ଦେଇଥିଲା ବୋଲି ପୁଣି ପ୍ରଶ୍ନ କରିଛନ୍ତି। ଏହାର ସ୍ପଷ୍ଟୀକରଣ ନ ଦେଲେ ଏଥିରେ ସାମିଲ ପ୍ରଶଂସକଙ୍କ ନାମ ଖୋଲାଯିବ ବୋଲି ସେ କହିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଉପରେ କଳଙ୍କ ଲାଗିଯିବା ଭୟରେ ବିଧାନସଭା ବନ୍ଦ କରାଯାଇଥିବା ସେ ଅଭିଯୋଗ କରିଛନ୍ତି।

ପ୍ରକାଶଯୋଗ୍ୟ, ନଭେମ୍ବର ୧୩ରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୧୯ ଯାଏ ଚାଲିବାକୁ ଧାର୍ଯ୍ୟ କରାଯାଇଥିଲା। ଏଥିରେ ମୋଟ ୩୦ଟି କାର୍ଯ୍ୟଦିବସ ଥିଲା। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ ରହିଥିଲା। ତେବେ ୧୭ଦିନ ଆଗରୁ ଏହି ଅଧିବେଶନକୁ ବନ୍ଦ କରାଯାଇଛି। ଏହି ଅଧିବେଶନରେ ମୋଟ ୧୩ଟି କାର୍ଯ୍ୟଦିବସରେ ସୀମିତ ରହିଛି। ସେଥିରୁ ୧୨ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?