Posted inରାଜ୍ୟ

କଳାକାରଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ନୟାଗଡ଼ ଅଫିସ,୨୫।୭: ନୟାଗଡ଼ ଜିଲା ସଦର ବ୍ଲକ ମୁକ୍ତାପୁର ଗ୍ରାମର ଜଣାଶୁଣା ଟେଲି କଳାକାର ରବୀନ୍ଦ୍ର ରାଉତ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ହେଲେ ତାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି । ପ୍ରକାଶ ଯେ, ୨ ଦିନ ତଳେ ରବୀନ୍ଦ୍ର ଘରେ ପଡ଼ିଯିବାରୁ ତାଙ୍କ ବାମଗୋଡ଼ରେ ଆଘାତ ଲାଗିଥିଲା। ପ୍ରଥମେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ ଏକ ଦୁର୍ଘଟଣାରେ ତାଙ୍କର ବାମ ଗୋଡ଼ ଭାଙ୍ଗିଯାଇଥିଲା। ପୁର୍ନବାର ତାହା ଭାଙ୍ଗିଯିବାରୁ ଅବସ୍ଥା ଗୁରୁତର ହୋଇପଡିଛି। ବର୍ତ୍ତମାନ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ବହୁ ପରିମାଣର ଅର୍ଥ ଆବଶ୍ୟକ ପଡୁଛି। ତାଙ୍କ ପାଖରେ ସେପରି ସମ୍ବଳ ନଥିବାରୁ ଚିକିତ୍ସାରେ ବାଧା ସୃଷ୍ଟି ହେଉଛି। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଅର୍ଥ ସଂଗ୍ରହ କରାଯାଇ ତାଙ୍କୁ ସହାୟତା ପ୍ରଦାନ କରାଯାଉଛି। କୌଣସି ସହୃଦୟ ବ୍ୟକ୍ତି ତାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ନିବେଦନ କରାଯାଇଛି। ଉଲ୍ଲେଖଯୋଗ୍ୟ, ରବୀନ୍ଦ୍ର ବିଭିନ୍ନ ସିନେମା, ଟେଲି ଧାରାବାହିକରେ ଅଭିନୟ କରି ବେଶ ପରିଚିତ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri