କଳାସଂସ୍କୃତି ସଂଘ ପକ୍ଷରୁ ନୂଆଖାଇ ଭେଟ୍‌ଘାଟ୍‌

ଲେଫ୍ରିପଡା, ୧୧।୯(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ କଳାସଂସ୍କୃତି ସଂଘ ପକ୍ଷରୁ ନବମ ନୂଆଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା କାମିନୀ କାଲୋ, ସମିତି ସଭ୍ୟା ଜୟନ୍ତୀ ଗର୍ଡିଆ, ଅଲଇଣ୍ଡିଆ ରେଡିଓ ଷ୍ଟେଶନ୍‌ର ମ୍ୟୁଜିକ୍‌ ଡାଇରେକ୍ଟର ରମେଶ ସୋନାର, ଟାଙ୍ଗରପାଲି ବ୍ଲକ ଉପସଭାପତି ବଳରାମ ମଗର ପ୍ରମୁଖ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ। ପରେ କାର୍ଯ୍ୟକ୍ରମରେ ପାଲା, ସଂକୀର୍ତ୍ତନ୍ୟ ମଣ୍ଡଳୀ, ଡାଲଖାଇ ନୃତ୍ୟ ଇତ୍ୟାଦି ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲା। ଏଲୋରା ତନ୍ତୀଙ୍କ ଡାଲଖାଇ ନୃତ୍ୟ ଜନସାଧାରଣଙ୍କ ପାଇଁ ବେଶ୍‌ ଆକର୍ଷିତ ହୋଇଥିଲା। କଳାସାଂସ୍କୃତିକ ସଂଘ ପକ୍ଷରୁ ବିଭିନ୍ନ ସାଂସ୍କୃତିକ ଦଳ ଲେଫ୍ରିପଡା ଗ୍ରାମରେ ନଗର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମକୁ ସଂଘର ଆବାହକ ରଜନୀକାନ୍ତ ଆଚାର୍ଯ୍ୟ, ଉପସଭାପତି ପାଲା ଗାୟକ ନୀଳମଣୀ ପଟେଲ ପ୍ରମୁଖ କର୍ମକର୍ତ୍ତାଗଣ ଆୟୋଜନ କରିଥିଲେ। ଏଥିରେ ଲେଫ୍ରିପଡା ଅଞ୍ଚଳର ୧୩ଟି ସାଂସ୍କୃତିକ ଦଳ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri