କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର, ରାଜ୍ୟସରକାରଙ୍କ ସମସ୍ତ ଅଫିସ୍‌, ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୧।୧୦(ଡି.ଏନ.ଏ.)
କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଚାଲିଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । କଳାହାଣ୍ଡି ଜିଲା ଓକିଲ ସଂଘର ଆହ୍ବାନକ୍ରମେ ସୋମବାର ଭବାନୀପାଟଣାର ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ ସମସ୍ତ ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସ ୧୨ ଘଣ୍ଟିଆ ବନ୍ଦ ରହିଛି । ଏହି ଆନ୍ଦୋଳନକୁ ସମର୍ଥନ କରି ଜିଲାର ଧର୍ମଗଡ, କୋକସରା, ଜୟପାଟଣା, ଜୁନାଗଡ, କେସିଙ୍ଗା ଓ ମ.ରାମପୁରରେ ସମସ୍ତ କୋର୍ଟ କଚେରୀ ବନ୍ଦ ରହିଛି । ଏହି ଆନ୍ଦୋଳନ ଜିଲାବାସୀଙ୍କ ସ୍ବାଭିମାନ ଓ ହକ୍‌ର ଆନ୍ଦୋଳନ ହୋଇଥିବାରୁ ସମସ୍ତ ରାଜନୈତିକ ଦଳ ଓ ସଙ୍ଗଠନ ଦୃଢ଼ ସମର୍ଥନ କରିଛନ୍ତି । ଯଦି କେନ୍ଦ୍ର ଓ ରାଜ୍ୟ ସରକାର ତୁରନ୍ତ କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନ କରନ୍ତି ତେବେ ଆଗାମୀ ଦିନରେ ଏହି ଆନ୍ଦୋଳନ ସାରା ଜିଲାକୁ ବ୍ୟାପିବା ସହିତ ଏହା ଏକ ଜନଆନ୍ଦୋଳନର ରୂପ ନେବ ଏବଂ ଅନିର୍ଦ୍ଦିଷ୍ଟକାଳ ପାଇଁ ଜିଲାର ସମସ୍ତ କୋର୍ଟ, କଚେରୀ, ସରକାରୀ ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସକୁ ବନ୍ଦ କରିବା ସହିତ କଳାହାଣ୍ଡି ବନ୍ଦ ଆହ୍ବାନ ଦିଆଯିବ ବୋଲି ଓକିଲ ସଂଘ ସଭାପତି ଭବାନ୍ଦ୍ରେ ପଣ୍ଡା ଓ ସମ୍ପାଦକ ଅଶ୍ୱିନୀ କୁମାର ଦାସ ପ୍ରକାଶ କହିଛନ୍ତି । ଆନ୍ଦୋଳନ ଯୋଗୁ ଜିଲା ଅତିରିକ୍ତ ଦୌରାଜଜ୍‌ଙ୍କ ସମେତ ଅନ୍ୟ ସମସ୍ତ ବିଚାରପତିମାନେ ଆସି କୋର୍ଟ ଭିତରକୁ ଯାଇପାରି ନ ଥିଲେ। ଦୀର୍ଘ ସମୟ ଧରି ବିଚାରପତିମାନେ କୋର୍ଟ ବାହାରେ ଅପେକ୍ଷା କରି ଫେରିଯାଇଥିଲେ। ସେହିପରି ଆଇନଜୀବୀମାନେ ଭବାନୀପାଟଣାର ସମସ୍ତ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ସମ୍ମୁଖରେ ଆଇନଜୀବୀମାନେ ପିକେଟିଂ କରିବା ଯୋଗୁ କର୍ମଚାରୀମାନେ ଅଫିସ ଭିତରକୁ ଯାଇ ନ ପାରି ଫେରିଯାଇଥିଲେ ।
ଓକିଲ ସଂଘ ସଭାପତି ପଣ୍ଡା, ସମ୍ପାଦକ ଦାସ, ଉପସଭାପତି ଦିଲୀପ କୁମାର ପ୍ରହରାଜ, ସହକାରୀ ସମ୍ପାଦକ ନିହାର ରଞ୍ଜନ ମିଶ୍ର, କୋଷାଧ୍ୟକ୍ଷ ମାନସ ପ୍ରସାଦ ମହାପାତ୍ର, କାର୍ଯ୍ୟକାରୀ ସଦସ୍ୟ କ୍ଷୀରୋଦ ପ୍ରସାଦ ନେଗୀ, ଅବଦୁଲ ସାଜିଦ୍‌, ଲୋକନାଥ ନାୟକଙ୍କ ସମେତ ସତ୍ୟ ନାରାୟଣ ପଣ୍ଡା, ଶୈଳେଶ କୁମାର ବେହେରା, ସଞ୍ଜୟ କୁମାର ବେହେରା, ରାଜେଶ କୁମାର ନାଏକ, ହରଜିନ୍ଦର ସିଂହ, ବିଶ୍ୱଜିତ୍‌ କର, ଜୟଶଙ୍କର ନାଏକ ପ୍ରମୁଖଙ୍କ ନେତୃତ୍ୱର ସମସ୍ତ ଆଇନଜୀବୀମାନେ କୋର୍ଟ ସମ୍ମୁଖରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri