ଭବାନୀପାଟଣା, ୩୧।୧ (ଡି.ଏନ୍.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଶିକ୍ଷକଙ୍କ ମହଲରେ ଖୁସି ଦେଖିବାକୁ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ଉତ୍କର୍ଷତା ପରିଣାମକୁ ନେଇ ପ୍ରଦାନ କରାଯାଉଥିବା ଏହି ଗାରିମା ପୁରସ୍କାର ଶିକ୍ଷା ଗ୍ରହଣ ଓ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଏକ ଅପୂର୍ବ ସୁଯୋଗ ସୃଷ୍ଟି କରିବ ବୋଲି ସେମାନେ କହିଛନ୍ତି। ପୂର୍ବରୁ ଜିଲାର ୪୪ଟି ବିଦ୍ୟାଳୟକୁ ଜିଲାପାଳଙ୍କ ଦ୍ୱାରା ‘ଗାରିମା ତାମ୍ର’ ପୁରସ୍କାର ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ଗାରିମା ରୌପ୍ୟ ପୁରସ୍କାର ପାଇଁ ଛାତ୍ରୀଛାତ୍ରମାନଙ୍କର ଶିକ୍ଷଣ ଅଭିବୃଦ୍ଧିସ୍ତରକୁ ମାପକାଠି ରୂପେ ବିବେଚନା କରାଯାଇ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଭବାନୀପାଟଣା ଦ୍ୱାରା ଡିସେମ୍ବର ୨୦୧୯ ମସିହାରେ ପରୀକ୍ଷା କରାଯାଇଥିଲା ଓ ସେମାନଙ୍କ ମଧ୍ୟରୁ ୩୨ଟି ବିଦ୍ୟାଳୟ ଏହି ଗାରିମା ରୌପ୍ୟ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପୁରସ୍କାରପ୍ରାପ୍ତ ବିଦ୍ୟାଳୟଗୁଡ଼ିକୁ ଅଧିକାରୁ ଅଧିକ ଉତ୍ସାହିତ କରିବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତି ବିଦ୍ୟାଳୟକୁ ୧୦ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯିବ ବୋଲି ସୂଚନାମିଳିଛି।
Posted inଆମ ଜିଲା ଖବର, କଳାହାଣ୍ଡି View All
ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ
କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…
ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…
‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…
Archives

