କଳା ସଂଘର୍ଷ ନୁହେଁ, ଜୀବନ

ଧାମନଗର,୪।୧୦(ଡି.ଏନ.ଏ.)-ଆଞ୍ଚଳିକ ଲୋକକଳା ଆଜିି ବି ଗ୍ରାମାଞ୍ଚଳରେ ଜିଇ ରହିଛି। ଅନେକ ଗ୍ରାମୀଣ ପ୍ରତିଭା ରହିଛନ୍ତି। ବିଭିନ୍ନ ଲୋକକଳାକୁ ଲୋକଲୋଚନକୁ ଆଣିବା ସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଦର ଭାବନା ସୃଷ୍ଟି ଲାଗି ଗ୍ରାମାଞ୍ଚଳରେ ସଙ୍ଗୀତ ଶିକ୍ଷା ପ୍ରସାର ଲକ୍ଷ୍ୟରେ ସଂସ୍କୃତି ଗବେଷକ, ତବଲା ଗୁରୁ ସୁବାସ ଚନ୍ଦ୍ର ମଲ୍ଲିକ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। କଳାକୁ ନେଇ ବଞ୍ଚିବା କଷ୍ଟକର ବୋଲି ଧାରଣା କରି ଯୁବପିଢି ସମ୍ପ୍ରତି ଏହାଠାରୁ ଦୂରେଇ ଯାଛଛନ୍ତି। କିନ୍ତୁ କଳା ସଂଘର୍ଷ ନୁହେଁ, ଜୀବନ। ଏଣୁ ଲୋକକଳାର ବିକାଶ ଲାଗି କାର୍ଯ୍ୟ କରି ସେ ଜୀବନର ଅଧିକାଂଶ ସମୟ ଅତିବାହିତ କରି ପାରିଥିବା କହିଛନ୍ତି।
ବହୁମୁଖି କଳାପ୍ରତିଭାର ଅଧିକାରୀ ସୁବାସଙ୍କ ଘର ଭଦ୍ରକ ଜିଲା ଧାମନଗର ବ୍ଲକ କମାରବନ୍ଧ ଗ୍ରାମରେ। କେବଳ ନିଜ ଜିଲା ନୁହେଁ ରାଜ୍ୟ ଓ ରାଜ୍ୟ ବାହାରେ କଳା ପ୍ରଦର୍ଶନ କରି ସଙ୍ଗୀତ ଜଗତର ଜଣେ ଚର୍ଚ୍ଚିତ ଚେହେରା ପାଲଟିଛନ୍ତି। ସେ ତବଲାରେ ଚଣ୍ଡିଗଡ ପ୍ରାଚୀନ କଳାକେନ୍ଦ୍ରର ଏମ୍‌ ମିଉଜ କରିବା ସହ ଜଣେ ସଂସ୍କୃତି ଗବେଷକ ଭାବେ ସତ୍ୟପୀର ପାଲା ଉପରେ ଗବେଷଣ କରି ଆସିଛନ୍ତି। ଏହି ପାଲା ୪ ଶହ ବର୍ଷର ଭାଇଚାରା ନିଦର୍ଶନର ପ୍ରତୀକ ବୋଲି ସେ କହନ୍ତି। ଜଣେ ଲୋକ ବାଦ୍ୟକାର ଭାବେ ସେ ବିଭିନ୍ନ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ପୁରସ୍କାର ଓ ସମ୍ମାନ ଲାଭ କରିଛନ୍ତି। ଲୋକବାଦ୍ୟ ନିମନ୍ତେ ତାଙ୍କୁ ମିଳିଛି ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସମ୍ମାନ। ସେହିପରି ରାଜ୍ୟସ୍ତରରେ ବିଭିନ୍ନ ସୁନାମଧନ୍ୟ ଅନୁଷ୍ଠାନ ପକ୍ଷରୁ ସମ୍ମାନ ଓ ପୁରସ୍କାର ପାଇବା ସହ ଆନ୍ଧ୍ରପ୍ରଦେଶ ଗାରିଭିଡିରେ ଜାତୀୟସ୍ତରୀୟ ବହୁ ଭାଷା ନାଟକ ପ୍ରତିଯୋଗିତା, ଛତିଶଗଡ଼ ଅଖିଳ ଭାରତୀୟ ପାରମ୍ପରିକ ନୃତ୍ୟ ମହୋତ୍ସବ ଏବଂ କେନ୍ଦ୍ର ସରକାରଙ୍କ ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ଯୁବ ମହୋତ୍ସବରେ ସମ୍ମାନିତ ହୋଇଛନ୍ତି। ୨୦୧୧ରେ କୋଲକାତାର ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନ ପୂର୍ବାଞ୍ଚଳ ସଂସ୍କୃତି କେନ୍ଦ୍ର ଦ୍ୱାରା ପ୍ରାୟୋଜିତ ଗୁରୁ ଶିଷ୍ୟ ପରମ୍ପରା ସ୍ବତନ୍ତ୍ର ତାଲିମ ନେଇ ଗବେଷଣା ଜାରି ରଖିିଛନ୍ତି। ଜଣେ ଚିତ୍ରକାର ଭାବେ ଆନ୍ଧ୍ରର ପ୍ରଶାନ୍ତି ନିଳୟମ୍‌ରେ ପର୍ତୀ ଯାତ୍ରାରେ ଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ତିଆରି କରି ସର୍ବଶ୍ରେଷ୍ଠ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ଅଧୁନା ଭଦ୍ରକ ଫେକର କମ୍ପାନୀରେ ସେ ଚାକିରି କରିବା ସହିତ ଧାମନଗର ବ୍ଲକ କଳା ସଂସ୍କୃତି ସଂଘର ଉପସଭାପତି ଭାବେ କାର୍ଯ୍ୟ କରୁଛନ୍ତି। ଜିଲାରେ ଦୁଃସ୍ଥ କଳାକାରଙ୍କୁ ଚିହ୍ନଟ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ବିଭିନ୍ନ ପ୍ରତିଯୋଗିତାରେ ଜଣେ ଦକ୍ଷ ବିଚାରକ ଭାବେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri