Posted inଖେଳ

କଳିଙ୍ଗରେ ହକି କ୍ୟାମ୍ପ୍‌ ଆରମ୍ଭ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସ ପରି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି ଭାରତୀୟ ସିନିୟର ପୁରୁଷ ହକି ଦଳର ପ୍ରଶିକ୍ଷଣ ଶିବିର ସୋମବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଏହି ଶିବିରରେ ଭାରତର ସମ୍ଭାବ୍ୟ ୩୩ କୋର୍‌ ଖେଳାଳି ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶାର ୬ ଖେଳାଳି ବୀରେନ୍ଦ୍ର ଲାକ୍ରା, ଅମିତ ରୋହିଦାସ, ନୀଲମ ସଞ୍ଜୀପ ଖେସ୍‌, ଦୀପ୍‌ସାନ ତିର୍କୀ, ଆଶିଷ କୁମାର ଟପ୍ନୋ ଓ ଶୀଳାନନ୍ଦ ଲାକ୍ରା ସାମିଲ ଅଛନ୍ତି। କୋର୍‌ ଗ୍ରୁପ୍‌ରେ ଥିବା ଖେଳାଳିମାନେ ମୁଖ୍ୟ କୋଚ୍‌ ଗ୍ରାହମ୍‌ ରିଡ୍‌ଙ୍କ ନିକଟରେ ରିପୋର୍ଟ କରିଥିବା ହକି ଇଣ୍ଡିଆ ପକ୍ଷରୁ ପ୍ରକାଶ କରାଯାଇଛି। କଳିଙ୍ଗରେ ୩ ସପ୍ତାହବିଶିଷ୍ଟ ଶିବିର ଡିସେମ୍ବର ୮ ପର୍ଯ୍ୟନ୍ତ ଚାଲିବ।
ଭାରତୀୟ ଦଳ ନିକଟରେ କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଖେଳିଥିଲା। ରୁଷିଆକୁ ୨ ମ୍ୟାଚବିଶିଷ୍ଟ ମୁକାବିଲାରେ ୧୧-୩ ଗୋଲ ବ୍ୟବଧାନରେ ହରାଇ ଟୋକିଓ ଅଲିମ୍ପିକ୍ସ ପାଇଁ ଟିକେଟ ପାଇଥିଲା। ୨୦୨୦ ଜାନୁୟାରୀରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଆରମ୍ଭ ହେଉଥିବାରୁ ଏବେ ଭାରତୀୟ ଦଳର ଫୋକସ୍‌ ଏହି ପ୍ରତିଯୋଗିତା ଉପରେ ରହିଛି। ୩ ସପ୍ତାହବିଶିଷ୍ଟ କ୍ୟାମ୍ପ୍‌ରେ ମୁଖ୍ୟତଃ ପ୍ରଦର୍ଶନର ସ୍ତର ଏବଂ ରିଦମ୍‌ ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯିବ। ପରେ ଆଉ ଏକ ଟ୍ରେନିଂ କ୍ୟାମ୍ପ୍‌ ଡିସେମ୍ବର ୨୯ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସରେ ଓଡ଼ିଶାର ବୀରେନ୍ଦ୍ର ଓ ଅମିତ ଖେଳିଥିଲେ। ଏହି ୨ ଜଣଙ୍କୁ ବାଦ୍‌ ଦେଲେ ନୀଲମ ସଞ୍ଜୀପ ଖେସ୍‌, ଦୀପ୍‌ସାନ ତିର୍କୀ, ଆଶିଷ କୁମାର ଟପ୍ନୋ ଓ ଶୀଳାନନ୍ଦ ଲାକ୍ରାଙ୍କୁ ଡାକରା ମିଳିଛି। କଳିଙ୍ଗରେ ଟ୍ରେନିଂ କ୍ୟାମ୍ପ୍‌ ପରେ ତତ୍‌କ୍ଷଣାତ କୌଣସି ଟୁର୍ନାମେଣ୍ଟ ନାହିଁ। ତେଣୁ ବ୍ୟକ୍ତିଗତ ଭାବେ ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ଉପରେ ଫୋକସ କରିବା ପାଇଁ ଏହା ହିଁ ପ୍ରକୃଷ୍ଟ ସମୟ ବୋଲି ରିଡ୍‌ କହିଛନ୍ତି। ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ସମେତ ଗତ ସିଜନର ପ୍ରଦର୍ଶନକୁ ଆମେ ବିଶ୍ଳେଷଣ କରିବୁ। ଏଥିରୁ ପ୍ରତି ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ପାଇଁ ଉପାୟ ବାହାରିବ ବୋଲି ରିଡ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri