Posted inଖେଳ

କଳିଙ୍ଗ ଫୁଟବଲ ଏକାଡେମୀ ବିଜୟୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଯାଜପୁର କଳିଙ୍ଗ ନଗରସ୍ଥିତ କଳିଙ୍ଗ ଫୁଟବଲ ଏକାଡେମୀ (କେଏଫଏ) ପ୍ରଥମଥରପାଇଁ ୧୫ ବର୍ଷରୁ କମ୍‌ ହିରୋ ଆଇ-ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଛି। ଜାମସେଦପୁରଠାରେ ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଦଳ ଜାମସେଦପୁର ଫୁଟବଲ ଏକାଡେମୀ (ଜେଏଫସି)କୁ ୨-୧ ଗୋଲରେ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅବଦୁର ରହମନ ଓ ତୁଶାର ବାହାଦୂର ରଣା ଗୋଲ ଦେଇଥିଲେ। ଏହି ଦଳ ସୁପ୍ରସନ୍ନ ନାୟକ, ସୁଶାନ୍ତ ମହାନ୍ତି ଓ ଗୀତାଞ୍ଜଳି ଖୁଣ୍ଟିଆଙ୍କଦ୍ୱାରା ପ୍ରଶିକ୍ଷଣପ୍ରାପ୍ତ। ଟିମ୍‌ ମ୍ୟାନେଜରଭାବେ ସେଶୁକାନ୍ତ ଛେତ୍ରୀ ଦଳସହ ଯାତ୍ରା କରିଛନ୍ତି। କେଏଫଏ ଏହାର ପରବର୍ତ୍ତୀ ମ୍ୟାଚ ୨୪ରେ ଧାନବାଦ ଫୁଟବଲ ଏକାଡେମୀ (ଡିଏଫଏ) ବିପକ୍ଷରେ ଖେଳିବ। ଏଥିରେ ଭାଗ ନେଇଥିବା ଫାଓ ଏକାଡେମୀ କିନ୍ତୁ ନିଜର ପ୍ରଥମ ମ୍ୟାଚ ହାରି ଯାଇଛି। ଏହି ଦଳ ଧାନବାଦ ଫୁଟବଲ ଏକାଡେମୀଠାରୁ ୦-୩ ଗୋଲରେ ପରାସ୍ତ ହୋଇଛି। ୨୪ ତାରିଖରେ ଫାଓ ଏହାର ପରବର୍ତ୍ତୀ ମ୍ୟାଚରେ ଜାମସେଦପୁର ଏଫସିକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri