କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍‌ବୁଲ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର କରାଯାଉଥିଲେ ମଧ୍ୟ ୨ୟ ସନ୍ଧ୍ୟା ସୁଦ୍ଧା ପୂର୍ଣ୍ଣ ପ୍ରସ୍ତୁତି ହୋଇପାରିନାହିଁ। ଫଳରେ ମହୋତ୍ସବ ଆରମ୍ଭ ହୋଇଥିଲେ ହେଁ ଷ୍ଟଲରେ ବ୍ୟବସାୟୀଙ୍କ କାରବାର ମାନ୍ଦା ରହିଛି। ସେହିପରି ଅର୍ଦ୍ଧାଧିକ ଷ୍ଟଲ ଏ ପର୍ଯ୍ୟନ୍ତ ଖୋଲି ପାରିନାହିଁ। ବିଶେଷକରି ଖାଇବା ଷ୍ଟଲଗୁଡିକ ଫାଙ୍କା ପଡ଼ିଛି। କାର୍ତ୍ତିକ ପୂର୍ଣ୍ଣିମା ଓ ମଙ୍ଗଳବାର ହୋଇଥିବାରୁ ବେପାର ହେଉନାହିଁ ବୋଲି ଫାଷ୍ଟଫୁଡ୍‌ ବ୍ୟବସାୟୀ ରିୟାଜ ଖାନ କହିଛନ୍ତି। ବୁଧବାରଠାରୁ ବେପାର ଭଲ ହେବ ବୋଲି ସେ ଆଶାବାଦୀ ଅଛନ୍ତି। ବାଲିଯାତ୍ରା ମଞ୍ଚରେ ସ୍ଥାନୀୟ କଳକାରମାନେ ନୃତ୍ୟଗୀତ ଆଦି ପରିବେଷଣ କରିଥିଲେ। ଜଗନ୍ନାଥ ଲଳିତକଳା ମଣ୍ଡପର ନୃତ୍ୟ, ଅରଣ୍ୟଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ, ବଜ୍ରକାଳୀ ଭଜନ ସନ୍ଧ୍ୟାର ଭଜନ, ଇଫକୋ ଡିଏଭି ସ୍କୁଲ ଛାତ୍ରୀଛାତ୍ରଙ୍କ ନୃତ୍ୟ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚାଲିଥିଲା। ପରେ ବିଶିଷ୍ଟ ନୃତ୍ୟଶିଳ୍ପୀ ଇଲିୟାନା ସିସ୍ତାରିସ୍ତଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ଏହା ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିଥିଲା। ଶେଷର ମେଲୋଡ଼ି ପରିବେଷଣ କରାଯାଇଥିଲା। ମଞ୍ଚରେ ୧୫ ମିନିଟ୍‌ ପାଇଁ ସାଂସ୍କୃତିକ ସଭା କାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri