କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍‌ବୁଲ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର କରାଯାଉଥିଲେ ମଧ୍ୟ ୨ୟ ସନ୍ଧ୍ୟା ସୁଦ୍ଧା ପୂର୍ଣ୍ଣ ପ୍ରସ୍ତୁତି ହୋଇପାରିନାହିଁ। ଫଳରେ ମହୋତ୍ସବ ଆରମ୍ଭ ହୋଇଥିଲେ ହେଁ ଷ୍ଟଲରେ ବ୍ୟବସାୟୀଙ୍କ କାରବାର ମାନ୍ଦା ରହିଛି। ସେହିପରି ଅର୍ଦ୍ଧାଧିକ ଷ୍ଟଲ ଏ ପର୍ଯ୍ୟନ୍ତ ଖୋଲି ପାରିନାହିଁ। ବିଶେଷକରି ଖାଇବା ଷ୍ଟଲଗୁଡିକ ଫାଙ୍କା ପଡ଼ିଛି। କାର୍ତ୍ତିକ ପୂର୍ଣ୍ଣିମା ଓ ମଙ୍ଗଳବାର ହୋଇଥିବାରୁ ବେପାର ହେଉନାହିଁ ବୋଲି ଫାଷ୍ଟଫୁଡ୍‌ ବ୍ୟବସାୟୀ ରିୟାଜ ଖାନ କହିଛନ୍ତି। ବୁଧବାରଠାରୁ ବେପାର ଭଲ ହେବ ବୋଲି ସେ ଆଶାବାଦୀ ଅଛନ୍ତି। ବାଲିଯାତ୍ରା ମଞ୍ଚରେ ସ୍ଥାନୀୟ କଳକାରମାନେ ନୃତ୍ୟଗୀତ ଆଦି ପରିବେଷଣ କରିଥିଲେ। ଜଗନ୍ନାଥ ଲଳିତକଳା ମଣ୍ଡପର ନୃତ୍ୟ, ଅରଣ୍ୟଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ, ବଜ୍ରକାଳୀ ଭଜନ ସନ୍ଧ୍ୟାର ଭଜନ, ଇଫକୋ ଡିଏଭି ସ୍କୁଲ ଛାତ୍ରୀଛାତ୍ରଙ୍କ ନୃତ୍ୟ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚାଲିଥିଲା। ପରେ ବିଶିଷ୍ଟ ନୃତ୍ୟଶିଳ୍ପୀ ଇଲିୟାନା ସିସ୍ତାରିସ୍ତଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ଏହା ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିଥିଲା। ଶେଷର ମେଲୋଡ଼ି ପରିବେଷଣ କରାଯାଇଥିଲା। ମଞ୍ଚରେ ୧୫ ମିନିଟ୍‌ ପାଇଁ ସାଂସ୍କୃତିକ ସଭା କାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri