Posted inଖେଳ

କଳିଙ୍ଗ ଷ୍ଟାଡିୟମରେ ସ୍ପୋଟର୍‌ସ କ୍ଲାଇମ୍ବିଂ ଟ୍ରେନିଂ

ଭୁବନେଶ୍ୱର, ୨୫।୭(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମାଉଣ୍ଟେନରିଂ ଫେଡେରେଶନ(ଆଇଏମଏଫ) ଏବଂ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ସ୍ପୋଟର୍‌ସ କ୍ଲାଇମ୍ବିଂର ଏକ ହାଇପରଫରମାନ୍ସ ସେଣ୍ଟର ନିର୍ମାଣ କରାଯାଇଛି। ଭାରତୀୟ ସ୍ପୋଟର୍‌ସ କ୍ଲାଇମ୍ବିଂକୁ ଅନ୍ତର୍ଜାତୀୟ ମାନର କରିବା ଏହାର ଲକ୍ଷ୍ୟ। ଏହାକୁ ଦୃଷ୍ଟିରେ ରଖି ଆଇଏମଏଫ ପକ୍ଷରୁ ଚଳିତମାସ ୧୬ ତାରିଖରୁ ୧୦ରୁ ୧୬ ବର୍ଷ ବୟସବର୍ଗର ବାଳିକା ବାଳକଙ୍କୁ ନେଇ ଟ୍ରେନିଂ ଆରମ୍ଭ କରାଯିବାକୁ ଯୋଜନା ହୋଇଛି। ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପେସାଦାର ଟ୍ରେନରଙ୍କୁ ଅଣାଯାଇ ଏଠାରେ ଟ୍ରେନିଂ ଦିଆଯିବ। ସ୍ପୋଟର୍‌ସ କ୍ଲାଇମ୍ବିଂ ଏବେ ଏକ ଅଲିମ୍ପିକ କ୍ରୀଡ଼ା। ଏହା ୨୦୨୦ ଟୋକିଓ ଅଲିମ୍ପିକ୍ସରେ ପ୍ରଥମ ପଦାର୍ପଣ କରିବାକୁ ଯାଉଛି ଏବଂ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ମଧ୍ୟ ସ୍ଥାନ ପାଇଛି। ଏହାକୁ ନଜରରେ ରଖି ଆଇଏମଏଫ ଏକ ରୋଡ୍‌ମ୍ୟାପ ପ୍ରସ୍ତୁତ କରିବା ଯୋଜନାରେ ଅଛି। ଏହି କ୍ରୀଡ଼ାପ୍ରତି ସଚେତନତା ସୃଷ୍ଟି କରିବା ସହିତ ଛୋଟ ବେଳରୁ ଆଥଲେଟ୍‌ଙ୍କୁ ଚିହ୍ନଟ କରିବା ଏହାର ଲକ୍ଷ୍ୟ। କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ହକି କମ୍ପ୍ଲେକ୍ସ ନର୍ଥ ଷ୍ଟାଣ୍ଡ ନିକଟସ୍ଥ କ୍ଲାଇମ୍ବିଂ ଓ୍ବାଲ୍‌ ନିକଟରେ ନାମ ପଞ୍ଜୀକରଣ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ। ମାଗଣାରେ ଆଥଲେଟ୍‌ମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ଆଗାମୀ ଦିନରେ ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତା ପାଇଁ ଏକ ଭାରତୀୟ ଦଳ ଗଠନ କରିବା ଆଇଏମଏଫର ଲକ୍ଷ୍ୟ। ତେଣୁ ଅଧିକରୁ ଅଧିକ ବାଳିକା ବାଳକ ଏହି ସୁଯୋଗର ସଦ୍‌ବ୍ୟବହାର କରିବାକୁ ପରାମର୍ଶ ଦିଆ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri