କଳିଙ୍ଗ ଷ୍ଟାଡିୟମ ଟ୍ରାକ୍‌ରେ ଗାଡ଼ି ବୁଲିବାକୁ ନେଇ ରାଜନୀତି

ଭୁବନେଶ୍ୱର, ୩୦ା୧୨(ସୁନିତ୍‌ ମିଶ୍ର):କଳିଙ୍ଗ ଷ୍ଟାଡିୟମର ରନିଂ ଟ୍ରାକ୍‌ରେ ସରକାରୀ ଗାଡ଼ି ବୁଲିବା ଘଟଣାକୁ ନେଇ ରାଜନୀତି ଜୋର୍‌ ଧରିଛି। ଏ ସମ୍ପର୍କରେ ପୂର୍ବତନ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ନିଜ ‘ଏକ୍ସ’ ହ୍ୟାଣ୍ଡେଲରେ ଉଦ୍‌ବେଗ ପ୍ରକାଶ କରିବା ପରେ ଏହାକୁ ନେଇ ବର୍ତ୍ତମାନର କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରତିକ୍ରିୟା ରଖିଛନ୍ତି। କିଛି ଜରୁରୀ ପରିସ୍ଥିତି ପାଇଁ ଏଭଳି ଘଟିଥିବା ମନ୍ତ୍ରୀ କହିଛନ୍ତି।
ଷ୍ଟାଡିୟମର ରନିଂ ଟ୍ରାକ୍‌ରେ ସରକାରୀ ଗାଡ଼ି ବୁଲେଇବାର ଭିଡିଓ ସାମ୍ନାକୁ ଆସିବା ପରେ ଏନେଇ ଭାଜପା ସରକାରଙ୍କୁ ବିରୋଧୀଙ୍କ ପକ୍ଷରୁ ଟାର୍ଗେଟ କରାଯାଇଛି। ପୂର୍ବତନ କ୍ରୀଡ଼ାମନ୍ତ୍ରୀ ବେହେରା ଏ ସମ୍ପର୍କରେ ଉଦ୍‌ବେଗ ପ୍ରକାଶ କରି ଶନିବାର ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଥିଲେ, ନବୀନଙ୍କ ଶାସନକାଳରେ ଏହା ଅନ୍ତର୍ଜାତୀୟ ଆଥ୍‌ଲେଟଙ୍କ ଦୌଡ଼ିବା ଟ୍ରାକ୍‌ ଥିଲା। ହେଲେ ଏବେ ଏହା ଶାସକ ଦଳ ନେତାଙ୍କ ଗାଡ଼ି ବୁଲିବା ଟ୍ରାକ୍‌ରେ ପରିଣତ ହୋଇଛି। ଏହା ସମସ୍ତ କ୍ରୀଡ଼ାବିତ୍‌ଙ୍କ ପାଇଁ ଅତ୍ୟନ୍ତ ନିରାଶାଜନକ ଏବଂ ଓଡ଼ିଶା ଲାଗି ନିନ୍ଦନୀୟ କଥା ବୋଲି ବେହେରା କହିଛନ୍ତି।
କ୍ରୀଡ଼ାମନ୍ତ୍ରୀଙ୍କ ସମାଲୋଚନା ପରେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି, ପୂର୍ବତନ କ୍ରୀଡ଼ାମନ୍ତ୍ରୀ ତାଙ୍କର ଦାୟିତ୍ୱ ଅପସାରଣ ପରେ ଟିକେ ଅଧିକ ସକ୍ରିୟ ହୋଇଥିବା ଭଳି ଲାଗୁଛନ୍ତି। ସେଥିପାଇଁ ତାଙ୍କୁ ଧନ୍ୟବାଦ। କିଛି ଜରୁରୀ ଓ ଅସ୍ବାଭାବିକ ସ୍ଥିତି ଥିଲା, ସେଥିପାଇଁ ଟ୍ରାକ୍‌ରେ ଗାଡ଼ି ଛିଡ଼ା ହୋଇଥିଲା। ଖେଳାଳି ଓ କର୍ମଚାରୀଙ୍କ ଗୋପନୀୟତା ଦୃଷ୍ଟିରୁ ଏହା କୁହାଯିବ ନାହିଁ। ପୂର୍ବରୁ ଅନେକ ଶୀର୍ଷନେତୃତ୍ୱ କଳିଙ୍ଗ ଷ୍ଟାଡିୟମ୍‌ ଆସିଛନ୍ତି, ଗାଡ଼ି ବାହାରେ ରଖି ଭିତରକୁ ଆସନ୍ତି। ତେଣୁ କିଛି ଜରୁରୀ ପରିସ୍ଥିତି ନିମନ୍ତେ ଏପରି ଘଟିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri