Posted inଖେଳ

କଳିଙ୍ଗ ଷ୍ଟାଡିୟମ ପ୍ରକମ୍ପିତ

ଭୁବନେଶ୍ୱର, ୩୧।୫(କ୍ରୀଡ଼ା ପ୍ରତିନିଧି)-କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଶନିବାର ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନରେ କଳିଙ୍ଗ ଷ୍ଟାଡିୟମ ପ୍ରକମ୍ପିତ ହୋଇଛି। ହକି କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ସଚିବ ବିଶାଲ କୁମାର ଦେବ, କ୍ରୀଡ଼ା ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣା, ଅଲିମ୍ପିଆନ ପଦ୍ମଶ୍ରୀ ଦିଲୀପ ତିର୍କୀ, ଦୂତୀ ଚାନ୍ଦ, ଅନୁରାଧା ବିଶ୍ୱାଳ, ଧାବକ ଅମିୟ ମଲିକ, ମହିଳା ଫୁଟବଲ ତାରକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ଅନ୍ତର୍ଜାତୀୟ କ୍ରିକେଟର ଦେବାଶିଷ ମହାନ୍ତି, ହେପ୍ଟାଥଲେଟ୍‌ ପୂର୍ଣ୍ଣିମା ହେମ୍ବ୍ରମ, ପାରା ଆଥଲେଟ୍‌ ପ୍ରମୋଦ ଭଗତ, ଅନ୍ତର୍ଜାତୀୟ ମାଷ୍ଟର ଚେସ୍‌ ତାରକା ପଦ୍ମିନୀ ରାଉତ, କରାଟେକା ଭାଲେନା ଭାଲେଣ୍ଟନା ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ବିଶିଷ୍ଟ ଗାୟକ ମହାପ୍ରସାଦ କର, ନାଜିଆ ଆଲାମ, ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଭୂମିକା ଦାଶ ପ୍ରମୁଖ ଏଥିରେ ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ କ୍ରୀଡ଼ା ଯୁବସେବା ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା ବିଭାଗର ଅନେକ କର୍ମକର୍ତ୍ତା ଏବଂ ଯୁବ ଆଥଲେଟ୍‌ମାନେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆ ଯାଇଥିଲା।
ଓଡ଼ିଶାର ଅନ୍ୟତମ ପ୍ରତିଷ୍ଠିତ ସହିଦ ସ୍ପୋର୍ଟିଂ କ୍ଲବ ପକ୍ଷରୁ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। କ୍ଲବର ସମ୍ପାଦକ ପଙ୍କଜ ପଟ୍ଟନାୟକଙ୍କ ନେତୃତ୍ୱରେ ୫୦ରୁ ଊର୍ଦ୍ଧ୍ୱ ଖେଳାଳି, ପୂର୍ବତନ ଖେଳାଳି ଏବଂ ସଦସ୍ୟମାନେ ସମୂହଗାନ କରିଥିଲେ। ଉପସଭାପତି ପ୍ରଦୋଷ ପଟ୍ଟନାୟକ, ସଦସ୍ୟ ନିକୁଞ୍ଜ ମହାନ୍ତି, ବବିନ ମହାନ୍ତି, ମହେନ୍ଦ୍ର ନନ୍ଦ, ଉମାନାଥ ମିଶ୍ର, ବିଶ୍ୱପ୍ରସାଦ ମହାନ୍ତି, ଶଶାଙ୍କ ସିହ୍ନା, ରଣଜୀ କ୍ରିକେଟ ଟିମ୍‌ ଟ୍ରେନର ମନୋଜ ବିଶ୍ୱାଳ, ସି.ପି. ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ପୁରୁଣା ଭୁବନେଶ୍ୱରସ୍ଥିତ ଟାଉନ୍‌ କ୍ଲବ ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବହୁ ଖେଳାଳି ଓ କର୍ମକର୍ତ୍ତା ଯୋଗ ଦେଇଥିଲେ। ଓଡ଼ିଶା ସ୍କେଟିଂ ଏକାଡେମୀ, ଓଡ଼ିଶା ରୋଲବଲ ଆସୋସିଏଶନ ଓ ଓଡ଼ିଶା ରୋଲର ସ୍କେଟିଂ ଆସୋସିଏଶନ ପକ୍ଷରୁ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଛକରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri