କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ

ଧର୍ମଶାଳା,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ କଳ୍ପତରୁ ଦାସ ଷ୍ଟାଡିୟମ ପରିସରରେ କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି। ପ୍ରିୟନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ଅତିଥି ଭାବେ ଧର୍ମଶାଳା ବିଧାୟକ ତଥା ଉପମୁଖ୍ୟ ସଚେତକ ପ୍ରଣବ କୁମାର ବଳବନ୍ତରାୟ, ଜିଲା ଶିକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ନାୟକ, କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ଅଧ୍ୟକ୍ଷ ତଥା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ରସୁଲପୁର ବ୍ଲକ ଅଧ୍ୟକ୍ଷା ସାରଥି ଜେନା, ଧର୍ମଶାଳା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ଜଳଧର ମହାନ୍ତି ପ୍ରମୁଖ ଯୋଗଦେଇ ସର୍ବପଲ୍ଲି ରାଧାକ୍ରିଷ୍ଣନ୍‌ଙ୍କ ଜୀବନୀ ଓ ଗୁରୁ ଦିବସର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀଙ୍କ ସମେତ ଧର୍ମଶାଳା ବିଇଓ ପ୍ରଫୁଲ୍ଲ କୁମାର ବେହେରା, ରସୁଲପୁର ବିଇଓ ଶାନ୍ତନୁ କର, ସୁକିନ୍ଦା ବିଇଓ ଗୟାଧର ନନ୍ଦ, ବରୀ ବିଇଓ ଅଭୟ ବେହେରା, ଦାନଗଦୀ ବିଇଓ ବଳରାମ ନାୟକଙ୍କୁ ଉତ୍ତରୀୟ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଛି। ଏଥିସହ ସଫଳ ଶିକ୍ଷାଦାନ ପାଇଁ ଧର୍ମଶାଳା ବାଣୀପୀଠ, ସିଦ୍ଧନାରାୟଣ ଉଚ୍ଚ ବିଦ୍ୟାଳୟ କ୍ଷେତ୍ରପାଳ ଓ ପଦ୍ମଚରଣ ଏକାଡେମୀ ମୋହନପୁର ବିଦ୍ୟାଳୟକୁ ପୁରସ୍କୃତ କରାଯାଇଥିଲା ା କାର୍ଯ୍ୟକ୍ରମ ପ୍ରାରମ୍ଭରେ ଷ୍ଟାଡିୟମ ପରିସରରେ ଥିବା କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ା ଦିବଂଗତ ଶିକ୍ଷକଙ୍କ ଉଦ୍ଦେଶ୍ୟରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ା ଅକ୍ଷୟ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ରସୁଲପୁର ବିଇଓ ଶାନ୍ତନୁ କୁମାର କର ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ

ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri