କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ

ଧର୍ମଶାଳା,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ କଳ୍ପତରୁ ଦାସ ଷ୍ଟାଡିୟମ ପରିସରରେ କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି। ପ୍ରିୟନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ଅତିଥି ଭାବେ ଧର୍ମଶାଳା ବିଧାୟକ ତଥା ଉପମୁଖ୍ୟ ସଚେତକ ପ୍ରଣବ କୁମାର ବଳବନ୍ତରାୟ, ଜିଲା ଶିକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ନାୟକ, କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ଅଧ୍ୟକ୍ଷ ତଥା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ରସୁଲପୁର ବ୍ଲକ ଅଧ୍ୟକ୍ଷା ସାରଥି ଜେନା, ଧର୍ମଶାଳା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ଜଳଧର ମହାନ୍ତି ପ୍ରମୁଖ ଯୋଗଦେଇ ସର୍ବପଲ୍ଲି ରାଧାକ୍ରିଷ୍ଣନ୍‌ଙ୍କ ଜୀବନୀ ଓ ଗୁରୁ ଦିବସର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀଙ୍କ ସମେତ ଧର୍ମଶାଳା ବିଇଓ ପ୍ରଫୁଲ୍ଲ କୁମାର ବେହେରା, ରସୁଲପୁର ବିଇଓ ଶାନ୍ତନୁ କର, ସୁକିନ୍ଦା ବିଇଓ ଗୟାଧର ନନ୍ଦ, ବରୀ ବିଇଓ ଅଭୟ ବେହେରା, ଦାନଗଦୀ ବିଇଓ ବଳରାମ ନାୟକଙ୍କୁ ଉତ୍ତରୀୟ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଛି। ଏଥିସହ ସଫଳ ଶିକ୍ଷାଦାନ ପାଇଁ ଧର୍ମଶାଳା ବାଣୀପୀଠ, ସିଦ୍ଧନାରାୟଣ ଉଚ୍ଚ ବିଦ୍ୟାଳୟ କ୍ଷେତ୍ରପାଳ ଓ ପଦ୍ମଚରଣ ଏକାଡେମୀ ମୋହନପୁର ବିଦ୍ୟାଳୟକୁ ପୁରସ୍କୃତ କରାଯାଇଥିଲା ା କାର୍ଯ୍ୟକ୍ରମ ପ୍ରାରମ୍ଭରେ ଷ୍ଟାଡିୟମ ପରିସରରେ ଥିବା କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ା ଦିବଂଗତ ଶିକ୍ଷକଙ୍କ ଉଦ୍ଦେଶ୍ୟରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ା ଅକ୍ଷୟ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ରସୁଲପୁର ବିଇଓ ଶାନ୍ତନୁ କୁମାର କର ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri