Posted inଜାତୀୟ

କଳ୍‌କୀ ଭଗବାନଙ୍କ ୫୦୦ କୋଟିର ଅଘୋଷିତ ସମ୍ପତ୍ତି ଠାବ

ବାଙ୍ଗାଲୋର,୧୯ା୧୦: ଧାର୍ମିକ ଗୁରୁ କଳ୍‌କୀ ଭଗବାନଙ୍କ ଆଶ୍ରମ ଏବଂ ଏହା ସହ ଜଡିତ ୪୦ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିରେ ପ୍ରାୟ ୫୦୦ କୋଟି ଟଙ୍କାର ଅଘୋଷିତ ଆୟ ଠାବ ହୋଇଛି। ଚଢ଼ାଉ ବେଳେ ବିଭାଗ ପ୍ରାୟ ୪୩.୯ କୋଟି ନଗଦ ଟଙ୍କା, ୧୮ କୋଟି ଟଙ୍କା ମୂଲ୍ୟର ବିଦେଶୀ ମୁଦ୍ରା ଏବଂ ୮୮ କିଲୋ ସୁନା ମଧ୍ୟ ଜବତ କରିଛି। ଏହାର ମୋଟ ମୂଲ୍ୟ ପ୍ରାୟ ୯୩ କୋଟି ହେବ ବୋଲି ବିଭାଗ ଦେଇଥିବା ସୂଚନାରୁ ଜଣାପଡିଛି। ଆତ୍ମଘୋଷିତ ଏହି ଧାର୍ମିକ ଗୁରୁ ଜଣକ ନିଜକୁ ଭଗବାନ ବିଷ୍ଣୁଙ୍କ ୧୦ମ ଅବତାର ବୋଲି ପରିଚୟ ଦେବାସହ ‘ଓ୍ବାନ୍‌ନେଶ୍‌ ଫିଲୋଶଫି’ପ୍ରଚାର କରୁଥିଲେ। ବିଭାଗ ପକ୍ଷରୁ ଚେନ୍ନାଇ, ହାଇଦ୍ରାବାଦ, ବାଙ୍ଗାଲୋର ଏବଂ ଭରଦେୟାପାଲେମ ଭଳି ସ୍ଥାନରେ ଚଢାଉ ହୋଇଥିଲା। ଟିକସ ଠକିବା ଲାଗି ଏହି ଗ୍ରୁପ ଅଫ୍‌ ଟ୍ରଷ୍ଟ ପକ୍ଷରୁ ଦେଶ ତଥା ବିଦେଶର ବିଭିନ୍ନ କମ୍ପାନୀରେ ନିବେଶ କରିଛି। ଏହି କମ୍ପାନୀଗୁଡିକ ଚାଇନା, ଆମେରିକା ସିଙ୍ଗାପୁର ଏବଂ ୟୁଏଇ ଭଳି ଦେଶଗୁଡିକରେ ରହିଛି। ଗ୍ରୁପର ଟିକସଯୁକ୍ତ ଆୟ ବିଦେଶକୁ ଚାଲାଣ ଉପରେ ବିଭାଗ ତଦନ୍ତ ଜାରି ରଖିଛି। ଉକ୍ତ ଗ୍ରୁପ ୧୯୮୦ରେ ଧାର୍ମିକ ଗୁରୁଙ୍କ ଦ୍ୱାରା ସ୍ଥାପନ କରାଯାଇଥିଲା। ସମୟକ୍ରମେ ଏହା ରିୟଲ ଇଷ୍ଟେଟ, ନିର୍ମାଣ, କ୍ରୀଡା ଭଳି କ୍ଷେତ୍ରକୁ ପ୍ରବେଶ କରିଥିଲା। ଗ୍ରୁପକୁ ନିଜେ କଳ୍‌କୀଭଗବାନ ଏବଂ ତାଙ୍କ ପୁତ୍ର ପରିଚାଳନା କରୁଛନ୍ତି। ବିଦେଶରୁ ଗ୍ରାହକଙ୍କୁ ଆକୃଷ୍ଟ କରିବା ସହ ସେମାନଙ୍କଠାରୁ ମୋଟା ଅଙ୍କର ବିଦେଶୀ ମୁଦ୍ରା ଗ୍ରୁପ ଲାଭ କରୁଥିଲା। ଏହି ଅର୍ଥରୁ ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି ସ୍ଥାନରେ ସ୍ଥାବର ସମ୍ପତ୍ତି କ୍ରୟ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?