Posted inଜାତୀୟ

କଶ୍ମୀରରେ ଡୋଭାଲଙ୍କ ମିଶନ ‘ହୃଦୟ ବିଜୟ’

ଶ୍ରୀନଗର,୧୧।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏବେ ଜମ୍ମୁ-କଶ୍ମୀରରେ ମିଶନ ‘ହୃଦୟ ବିଜୟ’ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ସେ ଏଠାରେ ସୁରକ୍ଷା କାର୍ଯ୍ୟ ତଦାରଖରେ ନିୟୋଜିତ ଅଛନ୍ତି। ସ୍ଥାନୀୟ ଲୋକଙ୍କ ସହିତ ମିଶି ସେମାନଙ୍କ ମଧ୍ୟରେ ବିଶ୍ୱାସ ଜଗାଇବା ପାଇଁ ଡୋଭାଲ ପ୍ରୟାସ କରୁଛନ୍ତି। ପୂର୍ବରୁ ୧୯୮୪ରେ ଅପରେଶନ୍‌ ବ୍ଲୁଷ୍ଟାରରେ ଡୋଭାଲ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେହିପରି ୧୯୯୯ରେ ଇଣ୍ଡିଆନ୍‌ ଏୟାର ଲାଇନ୍ସ୍‌ ବିମାନ ଆଇସି-୮୧୪ର ଅପହରଣରେ ଡୋଭାଲ ମୁଖ୍ୟ ବାର୍ତ୍ତାକାର ଥିଲେ। ଡୋଭାଲ ଉତ୍ତରାଖଣ୍ଡର ପୌଡ଼ି ଜିଲାର ବଣୋଲସ୍ୟୁ ପଟି ସ୍ଥିତ ଘୋଡି ଗାଁର ବାସିନ୍ଦା। ସେ ୧୯୪୫ ଜାନୁୟାରୀ ୨୦ରେ ଜନ୍ମଗ୍ରହଣ କରିଥିଲେ। ୧୯୬୮ରେ କେରଳ କ୍ୟାଡ଼ର ଆଇପିଏସ୍‌ ଅଫିସର ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ୨୦୧୪ ମେ ୩୦ଠାରୁ ସେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri