କଶ୍ମୀର ଉପରେ ଏକପାଖିଆ ରିପୋର୍ଟିଂ କରୁଛି ଆମେରିକା ଗଣମାଧ୍ୟମ: ଭାରତ

ୱାଶିଂଟନ,୧୧।୯: ଭାରତ ସରକାରଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଆମେରିକାର ଗଣମାଧ୍ୟମ କଶ୍ମୀର ଉପରେ ଏକପାଖିଆ ରିପୋର୍ଟିଂ କରୁଛି ବୋଲି ଭାରତ ଅଭିଯୋଗ କରିଛି। ଆମେରିକାରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ହର୍ଷବର୍ଦ୍ଧନ ଶୃଙ୍ଗଲା କହିଛନ୍ତି, ଆମେରିକାର କିଛି ଉଦାରବାଦୀ ଗଣମାଧ୍ୟମ ଭାରତ ବିରୋଧରେ ଯାଇ କଶ୍ମୀର ପ୍ରସଙ୍ଗରେ ନିଜର ଧ୍ୟାନ କେନ୍ଦ୍ରୀଭୂତ କରୁଛନ୍ତି। ଅନୁଚ୍ଛେଦ ୩୭୦ ଯୋଗୁ ଜମ୍ମୁ-କଶ୍ମୀରରେ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି ହେବା ସହ ଅର୍ଥବ୍ୟବସ୍ଥା ଉପରେ ବହୁ ପ୍ରଭାବ ପକାଇଥିଲା। ଏଥିସହ ଭାରତକୁ ପାକିସ୍ତାନୀ ଆତଙ୍କବାଦୀ ଅନୁପ୍ରବେଶରେ ମଧ୍ୟ ସହାୟକ ହୋଇଥିଲା। ବର୍ତ୍ତମାନ କଶ୍ମୀରରେ ଆସିଥିବା ପରିବର୍ତ୍ତନ ସେଠାକର ବାସିନ୍ଦାଙ୍କ ସପକ୍ଷରେ ରହିଛି। ଏହା କଶ୍ମୀରବାସୀଙ୍କୁ ସେମାନଙ୍କ ଅଧିକାର ପ୍ରଦାନ କରିଛି। ଯେଉଁଥିରୁ ସେମାନେ ବଞ୍ଚିତ ହେଉଥିଲେ ବୋଲି ହର୍ଷବର୍ଦ୍ଧନ କହିଛନ୍ତି। ଅପରପକ୍ଷରେ ଆମେରିକାରେ କଶ୍ମୀର ପଣ୍ଡିତମାନେ ଘାଟିରେ ଘଟିଥିବା ଘଟଣା ବିଷୟରେ ଏକପାଖିଆ ଖବର ପ୍ରଚାର କରିବା ବିରୋଧରେ ‘ଦ ଓ୍ବାଶିଂଟନ ପୋଷ୍ଟ’ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri