Posted inଜାତୀୟ

କଶ୍ମୀର ଘାଟିରେ ମୁତୟନ ଯବାନଙ୍କ ପାଇଁ ଫୋନର ବ୍ୟବସ୍ଥା କଲେ ଡୋଭାଲ

ଶ୍ରୀନଗର,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପୂର୍ବରୁ ସହରରେ ଧାରା ୧୪୪ ଲାଗୁ ହୋଇଥିବା ବେଳେ ଘାଟିରେ ୪୦ରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ ସେବାକୁ ଏବେ ବି ବନ୍ଦ ରଖାଯାଇଛି। ତେବେ ଏହାରି ଭିତରେ ମୁତୟନ ହୋଇଥିବା ଅଧିକାରୀ ଓ ସୁରକ୍ଷାକର୍ମୀ ନିଜ ପରିବାରଙ୍କ ସହ ଯେପରି ଯୋଗାଯୋଗ କରିପାରିବେ ସେନେଇ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ନିଜେ ୩୦୦ ସାଟେଲାଇଟ ଫୋନ ପାଇଁ ମଞ୍ଜୁରୀ ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରକୁ କେନ୍ଦ୍ର ଶାସିତ ପ୍ରଦେଶ ଗଠନ କରିବା ସହ ଅନୁଚ୍ଛେଦ ୩୭୦କୁ ଅଚଳ କରିଦିଆଯିବା ପରେ ଘାଟିରେ କୌଣସି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ନ ହେବା ପାଇଁ କେନ୍ଦ୍ର ସରକାର ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରିଛନ୍ତି। ଏଥିସହ ଏହି ସମୟରେ କୌଣସି ଗୁଜବ ନ ବ୍ୟାପିବା ପାଇଁ ସରକାର ଟିଭି, ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଉପରେ କଟକଣା ଲଗାଇଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକଙ୍କ ସହ ମୁତୟନ ହୋଇଥିବା ଯବାନ ମଧ୍ୟ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ସେମାନେ ନିଜ ପରିବାରଙ୍କ ସହ ଯୋଗାଯୋଗ କରିପାରୁ ନ ଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସେହିପରି ଘାଟିରେ ବିଭିନ୍ନ ପ୍ରକାରର ସରକାରୀ କାର୍ଯ୍ୟକୁ ଆଗକୁ ବଢ଼ାଇବା ପାଇଁ ସରକାରୀ ଅଧିକାରୀଙ୍କୁ ମଧ୍ୟ ୧୦୦୦ ସାଟେଲାଇଟ ଫୋନ ଯୋଗାଇ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri