Posted inଜାତୀୟ

କଶ୍ମୀର ନିଷ୍ପତ୍ତି ନେଇ ଅନ୍ୟ ଦେଶକୁ ଜଣାଇଲା ଭାରତ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟ ବିଭାଜନ ସମ୍ପର୍କିତ ନିଷ୍ପତ୍ତି ଭାରତ ଜାତିସଂଘ ସୁରକ୍ଷା ପରିଷଦର ୫ ସଦସ୍ୟ ରାଷ୍ଟ୍ର ସମେତ ଅନ୍ୟ ଦେଶର ରାଷ୍ଟ୍ରଦୂତମାନଙ୍କୁ ଜଣାଇଦେଇଛି। ଏହା ଭାରତର ଆଭ୍ୟନ୍ତରୀଣ ନିଷ୍ପତ୍ତି। ଉକ୍ତ ଅଞ୍ଚଳକୁ ଉତ୍ତମ ଶାସନ ଯୋଗାଇଦେବା ସହ ସମସ୍ତଙ୍କୁ ସାମାଜିକ ନ୍ୟାୟ ଏବଂ ଜମ୍ମୁ-କଶ୍ମୀରର ଆର୍ଥିକ ବିକାଶ ପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରିଦିଆଯାଇଛି। ବହିର୍ବ୍ୟାପାର ସଚିବ ବିଜୟ ଗୋଖ୍‌ଲେ ଆମେରିକା, ବ୍ରିଟେନ, ଫ୍ରାନ୍ସ, ଚାଇନା ଓ ରୁଷିଆର ରାଷ୍ଟ୍ରଦୂତମାନଙ୍କୁ ଭାରତର ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଛନ୍ତି। ଏହାବ୍ୟତୀତ ଅନ୍ୟ ଦେଶର ପ୍ରତିନିଧିମାନଙ୍କୁ ମଧ୍ୟ ଏ ସମ୍ପର୍କରେ ଜଣାଇଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri