କଶ୍ମୀର ପ୍ରସଙ୍ଗରେ ପାକିସ୍ତାନକୁ ଝଟକା: ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମାଧାନ ଲାଗି ଚାଇନାର ପରାମର୍ଶ

ବେଜିଂ,୧୦ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ସମିଟ୍‌ରେ ଯୋଗଦେବେ। ଏହି ଅବସରରେ ସେମାନେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ଅନେକ ପ୍ରସଙ୍ଗରେ ଆଲୋଚନା କରିବାକୁ ଥିବାବେଳେ ଆଞ୍ଚଳିକ ଓ ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ମଧ୍ୟ ମତବିନିମୟ କରିବା ଆଶା କରାଯାଉଛି। ଚେନ୍ନାଇ ନିକଟବର୍ତ୍ତୀ ମାମଲ୍ଲାପୁରମ୍‌ ଉପକୂଳ ସହରରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ଚାଇନା ବହିର୍ବ୍ୟାପାର ମୁଖପାତ୍ର ହୁଆ ଚୁନିଙ୍ଗ ବୁଧବାର ଘୋଷଣା କରିଛନ୍ତି।
ମୋଦି ଓ ଜିନ୍‌ପିଙ୍ଗଙ୍କ ମଧ୍ୟରେ ଗତବର୍ଷ ଚାଇନାର ୟୁହାନ୍‌ରେ ପ୍ରଥମ ଅନୌପଚାରିକ ସମିଟ୍‌ ହୋଇଥିଲା। ଡୋକଲାମରେ ଉଭୟ ପକ୍ଷର ସୈନ୍ୟବାହିନୀ ଦୀର୍ଘ ୭୩ ଦିନ ଧରି ମୁହାଁମୁହିଁ ଅବସ୍ଥାରେ ରହିବାରୁ ଏହାକୁ ନେଇ ସୀମାରେ ଉତ୍ତେଜନାପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଥିଲା। ତେବେ ୟୁହାନ ବୈଠକ ପରେ ଦୁଇଦେଶର ସମ୍ପର୍କ ସ୍ବାଭାବିକ ହୋଇଥିଲା। ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକୁ ସଂଯୋଗ କରୁଥିବା ସିଲିଗୁଡି କରିଡର ନିକଟରେ ଚାଇନା ସୈନ୍ୟବାହିନୀ ରାସ୍ତା ନିର୍ମାଣ ଯୋଜନା କରିବାରୁ ଏଭଳି ମୁହାଁମୁହିଁ ପରିସ୍ଥିତିି ଉପୁଜିଥିଲା। ଚାଇନା ସେନା ରାସ୍ତା ନିର୍ମାଣ ଯୋଜନା ସ୍ଥଗିତ ରଖିବା ଫଳରେ ଅଚଳାବସ୍ଥା ଦୂର ହୋଇଥିଲା।
ଜିନ୍‌ପିଙ୍ଗଙ୍କ ଭାରତ ଗସ୍ତ ଘୋଷଣା ପୂର୍ବରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଏବଂ ପାକ୍‌ ସେନାମୁଖ୍ୟ ଜେନେରାଲ କମାର ଜାଭେଦ୍‌ ବାଜ୍‌ଓ୍ବା ଚାଇନା ଗସ୍ତ କରିଛନ୍ତି। ଇମ୍ରାନ ମଙ୍ଗଳବାର ଚାଇନା ପ୍ରତିପକ୍ଷ ଲି କେକିଆଙ୍ଗ୍‌ ଓ ବୁଧବାର ରାଷ୍ଟ୍ରପତି ଜିନ୍‌ପିଙ୍ଗଙ୍କୁ ଭେଟିଥିଲେ। ତେବେ ବିଭିନ୍ନ ପ୍ରସଙ୍ଗରେ ପାକିସ୍ତାନକୁ ସମର୍ଥନ କରିଆସିଥିବା ଚାଇନା ମଙ୍ଗଳବାର ମତ ବଦଳାଇ କଶ୍ମୀର ପ୍ରସଙ୍ଗର ସମାଧାନ ନୂଆଦିଲ୍ଲୀ ଓ ଇସ୍‌ଲାମାବାଦ ମଧ୍ୟରେ କରାଯିବା ଉଚିତ ବୋଲି କହିଛି। ଉଲ୍ଲେଖଯୋଗ୍ୟ, ପୂର୍ବରୁ ଚାଇନା ଜାତିସଂଘ ଓ ଜାତିସଂଘ ସୁରକ୍ଷା ପରିଷଦର ସଂକଳ୍ପନାମା ଆଧାରରେ କଶ୍ମୀର ପ୍ରସଙ୍ଗର ସମାଧାନ କରାଯିବା କଥା କହିଥିଲାବେଳେ ମଙ୍ଗଳବାର ମନ୍ତବ୍ୟରୁ ଏହାକୁ ବାଦ୍‌ ଦେଇଛି। ୩୭୦ ଉଚ୍ଛେଦ ପରେ କଶ୍ମୀର ସମ୍ପର୍କରେ ସମର୍ଥନ ହାସଲ ଲାଗି ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଥିବା ଇମ୍ରାନଙ୍କ ପାଇଁ ଚାଇନାର ଏଭଳି ମନ୍ତବ୍ୟ ଶକ୍ତ ଧକ୍କା ହୋଇଛି।
ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରେ ଦୁଇମାସ ହେଲା ପାକିସ୍ତାନ ଭାରତ ବିରୋଧରେ ସମର୍ଥନ ହାସଲ ଲାଗି ଉଦ୍ୟମ ଚଳାଇଆସୁଛି। ଏହି ପ୍ରସଙ୍ଗରେ ଚାଇନା ଓ ତୁର୍କୀ ପୂର୍ବରୁ ଇସ୍‌ଲାମାବାଦକୁ ସମର୍ଥନ କରୁଥିଲାବେଳେ ଏବେ ସେମାନଙ୍କ ମତ ବଦଳାଇଛନ୍ତି। ଭାରତ-ପାକିସ୍ତାନ ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ କଶ୍ମୀର ପ୍ରସଙ୍ଗ ସମାଧାନ କରନ୍ତୁ ବୋଲି ଚାଇନା କହିଥିବାବେଳେ ତୁର୍କୀ ମଧ୍ୟ ଜାତିସଂଘ ସାଧାରଣ ସଭାରେ ଭାରତର ଆଭିମୁଖ୍ୟକୁ ସମର୍ଥନ କରିଛି। କଶ୍ମୀର ପ୍ରସଙ୍ଗର ସମାଧାନ ଆଲୋଚନା ମାଧ୍ୟମରେ ହେବା ଜରୁରୀ ବୋଲି ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତାୟିପ୍‌ ଏର୍ଡୋଗାନ ଜାତିସଂଘରେ କହିଥିଲେ। ଇମ୍ରାନ ଓ ଏର୍ଡୋଗାନଙ୍କ ମଧ୍ୟରେ ବୈଠକ ପରେ ତୁର୍କୀ ଏହାର ମତ ବଦଳାଇଦେଇଥିଲା। ଚାଇନା ମଧ୍ୟ ଅନୁରୂପ ନୀତି ଆପଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri