‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ ମାଗାଜିନ୍‌ର ଇଣ୍ଡିଆ ଏଡିଶନରେ ଦୂତି କଭର୍‌ ପେଜ୍‌ର ପୋଷ୍ଟର ଗାର୍ଲ ହେବାସହ ପତ୍ରିକାର ମୁଖ୍ୟପ୍ରସଙ୍ଗରେ ରହିଛନ୍ତି। ଚଳିତମାସର କସ୍‌ମୋପଲିଟାନ୍‌ ସଂସ୍କରଣରେ ଦୂତିଙ୍କ ସମ୍ପୂର୍ଣ୍ଣ ଜୀବନ କାହାଣୀ ସ୍ଥାନ ପାଇଛି।

ଏହି ଖ୍ୟାତନାମା ଧାବିକା ଦୂତି ରନିଂ ଟ୍ରାକ୍‌ରେ ସ୍ପୋର୍ଟସ୍‌ ଓ୍ବେର୍‌ ପିନ୍ଧିବା ସହ ମଲ୍ଟିକଲର୍‌ ରଫଲ୍ଡ ଲେୟାର୍‌ଡ କେପ୍‌ରେ ପୋଜ୍‌ ଦେଇଛନ୍ତି। ଜଣେ କ୍ରୀଡାବିତ୍‌ ଭାବେ ସେ ନିଜକୁ କିଭଳି ଗଢି ତୋଳିଛନ୍ତି ଓ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କ ଜୀବନ କାହାଣୀକୁ ସେ ଏହି କଭର୍‌ ଷ୍ଟୋରୀ ମାଧ୍ୟମରେ କହିଛନ୍ତି। ଏହାସହ କିଛିଦିନ ତଳେ ସମଲିଙ୍ଗୀ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିବା ଦୂତିଙ୍କ ନିଆରା ପ୍ରେମ କାହାଣୀକୁ ମଧ୍ୟ ଏଥିରେ ବର୍ଣ୍ଣନା କରାଯାଇଛି। ୨୦୧୮ ଏସିଆନ୍‌ ଗେମ୍‌ସରେ ଭାରତକୁ ଦୁଇଟି ରୌପ୍ୟ ପଦକ ଜିତାଇଥିବା ଦୂତି ଚାନ୍ଦଙ୍କୁ କସ୍‌ମୋପଲିଟନ୍‌ ପକ୍ଷରୁ ‘ଇଣ୍ଡିଆସ୍‌ ସାଇନିଂ ଷ୍ଟାର୍‌ ଆଣ୍ଡ୍‌ ଫାଷ୍ଟ୍‌ ଓପନ୍‌ଲି-ଗେ ଆଥ୍‌ଲେଟ୍‌’ର ଆଖ୍ୟା ଦିଆଯାଇଛି। ଅର୍ଥାତ୍‌ ଭାରତର ଉଜ୍ଜ୍ୱଳ ତାରକା ଓ ପ୍ରଥମ ସମଲିଙ୍ଗୀ କ୍ରୀଡାବିତ୍‌ ଭାବେ ତାଙ୍କୁ ବର୍ଣ୍ଣନା କରାଯାଇଛି। ଗତ କିଛିମାସ ହେଲା ଦୂତି ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ସେ ନିଜ ସମଲିଙ୍ଗୀ ସମ୍ପର୍କକୁ ସାଧାରଣରେ ଖୋଲାଖୋଲିଭାବେ ସ୍ବୀକାର କରିଛନ୍ତି। ଏହାଦ୍ୱାରା ଦୂତି କେବଳ ଟ୍ରାକ୍‌ ମଧ୍ୟରେ ଜଣେ କ୍ରୀଡାବିତ୍‌ ଭାବେ ନୁହେଁ, ବରଂ ଅନ୍ୟ ମହିଳା କ୍ରୀଡାବିତ୍‌ ଓ ସାଧାରଣ ଲୋକଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri