‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ ମାଗାଜିନ୍‌ର ଇଣ୍ଡିଆ ଏଡିଶନରେ ଦୂତି କଭର୍‌ ପେଜ୍‌ର ପୋଷ୍ଟର ଗାର୍ଲ ହେବାସହ ପତ୍ରିକାର ମୁଖ୍ୟପ୍ରସଙ୍ଗରେ ରହିଛନ୍ତି। ଚଳିତମାସର କସ୍‌ମୋପଲିଟାନ୍‌ ସଂସ୍କରଣରେ ଦୂତିଙ୍କ ସମ୍ପୂର୍ଣ୍ଣ ଜୀବନ କାହାଣୀ ସ୍ଥାନ ପାଇଛି।

ଏହି ଖ୍ୟାତନାମା ଧାବିକା ଦୂତି ରନିଂ ଟ୍ରାକ୍‌ରେ ସ୍ପୋର୍ଟସ୍‌ ଓ୍ବେର୍‌ ପିନ୍ଧିବା ସହ ମଲ୍ଟିକଲର୍‌ ରଫଲ୍ଡ ଲେୟାର୍‌ଡ କେପ୍‌ରେ ପୋଜ୍‌ ଦେଇଛନ୍ତି। ଜଣେ କ୍ରୀଡାବିତ୍‌ ଭାବେ ସେ ନିଜକୁ କିଭଳି ଗଢି ତୋଳିଛନ୍ତି ଓ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କ ଜୀବନ କାହାଣୀକୁ ସେ ଏହି କଭର୍‌ ଷ୍ଟୋରୀ ମାଧ୍ୟମରେ କହିଛନ୍ତି। ଏହାସହ କିଛିଦିନ ତଳେ ସମଲିଙ୍ଗୀ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିବା ଦୂତିଙ୍କ ନିଆରା ପ୍ରେମ କାହାଣୀକୁ ମଧ୍ୟ ଏଥିରେ ବର୍ଣ୍ଣନା କରାଯାଇଛି। ୨୦୧୮ ଏସିଆନ୍‌ ଗେମ୍‌ସରେ ଭାରତକୁ ଦୁଇଟି ରୌପ୍ୟ ପଦକ ଜିତାଇଥିବା ଦୂତି ଚାନ୍ଦଙ୍କୁ କସ୍‌ମୋପଲିଟନ୍‌ ପକ୍ଷରୁ ‘ଇଣ୍ଡିଆସ୍‌ ସାଇନିଂ ଷ୍ଟାର୍‌ ଆଣ୍ଡ୍‌ ଫାଷ୍ଟ୍‌ ଓପନ୍‌ଲି-ଗେ ଆଥ୍‌ଲେଟ୍‌’ର ଆଖ୍ୟା ଦିଆଯାଇଛି। ଅର୍ଥାତ୍‌ ଭାରତର ଉଜ୍ଜ୍ୱଳ ତାରକା ଓ ପ୍ରଥମ ସମଲିଙ୍ଗୀ କ୍ରୀଡାବିତ୍‌ ଭାବେ ତାଙ୍କୁ ବର୍ଣ୍ଣନା କରାଯାଇଛି। ଗତ କିଛିମାସ ହେଲା ଦୂତି ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ସେ ନିଜ ସମଲିଙ୍ଗୀ ସମ୍ପର୍କକୁ ସାଧାରଣରେ ଖୋଲାଖୋଲିଭାବେ ସ୍ବୀକାର କରିଛନ୍ତି। ଏହାଦ୍ୱାରା ଦୂତି କେବଳ ଟ୍ରାକ୍‌ ମଧ୍ୟରେ ଜଣେ କ୍ରୀଡାବିତ୍‌ ଭାବେ ନୁହେଁ, ବରଂ ଅନ୍ୟ ମହିଳା କ୍ରୀଡାବିତ୍‌ ଓ ସାଧାରଣ ଲୋକଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ

ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍‌ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍‌ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ...

ଅଗଷ୍ଟ ୩କୁ ଘୁଞ୍ଚିଲା ମହାନଦୀ ଶୁଣାଣି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ହୋଇଛି। ଓଡ଼ିଶା ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତିକାଳୀନ ଆବେଦନ ଉପରେ ଏହି ଶୁଣାଣି ହୋଇଛି। ପରବର୍ତ୍ତୀ...

୩ ଭାରତୀୟ ବାସ୍କେଟବଲ ଖେଳାଳି ଅଟକ

ନୂଆଦିଲ୍ଲୀ,୮।୧୧- ଦେଶର ଟପ୍‌ ବାସ୍କେଟବଲ ଖେଳାଳି ଅମଜ୍ୟୋତ ସିଂ, ଅର୍ଶପ୍ରୀତ ଭୁଲାର ଓ ଅମରିତପଲ ସିଂଙ୍କୁ ବୁଧବାର ରାତିରେ ବିଦ୍ୟାନଗର ଥାନା ଲକ ଅଫ୍‌ରେ ୪...

ଜାରିଆ ଜଙ୍ଗଲରୁ ମିଳିଲା ଖପୁରି, କଙ୍କାଳ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ...

ଭାରତ ବିପକ୍ଷରେ ଗୋଲ୍‌ ଦେଲେ ଭାରତୀୟ ବଂଶୋଦ୍ଭବ

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପରେ ଆମେରିିକା ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି ଭାରତୀୟ ବଂଶୋଦ୍ଭବ ମିଆ ଭୁତା। ତାଙ୍କ ବାପା ଗୁଜରାଟର...

ଜଗତ୍‌ସିଂହପୁରରେ ଦୁର୍ଗାପୂଜା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୪ା୮-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲାରେ ସାର୍ବଜନୀନ ଦୁର୍ଗାପୂଜା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଏନେଇ ମା’ଦୁର୍ଗା ଓ ହରପାର୍ବତୀ...

କଳାହାଣ୍ଡିର ୪ ଚାଇନା ଫେରନ୍ତାଙ୍କ ଉପରେ ତୀକ୍ଷ୍ଣ ନଜର: ୩ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିଠି ଲେଖିଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଭବାନୀପାଟଣା,୧୬।୨(ଡି.ଏନ୍‌.ଏ.): ଚାଇନାରେ ବ୍ୟାପିଥିବା କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏ ନେଇ କଳାହାଣ୍ଡି ଜିଲାରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି।...

ଭାରତୀୟ ଅଲିମ୍ପିକ ଆସୋସିଏଶନ୍‌ ଅଧ୍ୟକ୍ଷ ପଦ ଲାଗି ନାମାଙ୍କନପତ୍ର ଦାଖଲ କଲେ ପି.ଟି. ଉଷା

ନୂଆଦିଲ୍ଲୀ,୨୬।୧୧: ଭାରତର ଭେଟେରାନ ଆଥଲେଟ ପି.ଟି ଉଷା ଭାରତୀୟ ଅଲିମ୍ପିକ ଆସୋସିଏଶନର ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜେ ଟୁଇଟ୍‌ କରି...

Advertisement
Archives

Model This Week