Posted inଖେଳ

କାଉଣ୍ଟି ଖେଳିବେ ଅଶ୍ୱିନ

ଲଣ୍ଡନ, ୧୬।୧ (ପି.ଟି.)- ସିନିୟର ଭାରତୀୟ ଅଫ୍‌-ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କାଉଣ୍ଟି କ୍ରିକେଟ୍‌ ଖେଳିବେ। ଇଂଲିଶ କାଉଣ୍ଟି ଚାମ୍ପିୟନଶିପ୍‌ରେ ଚଳିତ ବର୍ଷ ଲାଗି ସେ ୟର୍କଶାୟର ପକ୍ଷରୁ ଖେଳିବେ ବୋଲି କ୍ଲବ ପକ୍ଷରୁ ଗୁରୁବାର କୁହାଯାଇଛି। ଦକ୍ଷିଣ ଆଫ୍ରିକା ସ୍ପିନର କେଶବ ମହାରାଜାଙ୍କ ସହ ୟର୍କଶାୟର ଚୁକ୍ତି ଅବଧି ୨୦୧୯ରେ ଶେଷ ହୋଇଯାଇଛି। ତେଣୁ ଅଶ୍ୱିନ ୟର୍କଶାୟର କ୍ଲବର ପ୍ରମୁଖ ବିଦେଶୀ ସ୍ପିନର ଭାବେ ଖେଳିବେ। ଏହି କାଉଣ୍ଟି କ୍ଲବ ପକ୍ଷରୁ ଅତିକମ୍‌ରେ ସେ ୮ ମ୍ୟାଚ୍‌ ଖେଳିବେ। କିନ୍ତୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) କାର୍ଯ୍ୟସୂଚୀ ପରେ ସେ କାଉଣ୍ଟି ଦଳରେ ଯୋଗଦେବେ ବୋଲି ଜଣାପଡ଼ିଛି। ଆଇପିଏଲ୍‌ ପରେ ବିଶ୍ରାମ ପାଇଁ ଅଶ୍ୱିନ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଅନୁରୋଧ କରିଛନ୍ତି। ଏହି ସମୟରେ ସେ କାଉଣ୍ଟି ମ୍ୟାଚ୍‌ ଖେଳିବେ। କ୍ୟାରିୟରରେ ୩ୟଥର ପାଇଁ ଅଶ୍ୱିନ କାଉଣ୍ଟି କ୍ରିକେଟ୍‌ ଖେଳିବାକୁ ଯାଉଛନ୍ତି। ପୂର୍ବରୁ ସେ ନଟ୍ଟିଂହାମଶାୟର ଓ ଓ୍ବସେଷ୍ଟରଶାୟର ପକ୍ଷରୁ ମ୍ୟାଚ୍‌ ଖେଳିସାରିଛନ୍ତି। ଏହି ଚେନ୍ନାଇ ଅଫ୍‌-ସ୍ପିନର ଭାରତ ପକ୍ଷରୁ ୭୦ ଟେଷ୍ଟ ମ୍ୟାଚ୍‌ ଖେଳି ୩୬୨ ଉଇକେଟ୍‌ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri