କାକଟପୁର ମଙ୍ଗଳାମନ୍ଦିରରେ ଫାଟ : ଦେବୋତ୍ତର ବିଭାଗର ଅଣଦେଖା

କାକଟପୁର, ୨୨ା୭(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁରସ୍ଥିତ ମା’ମଙ୍ଗଳାଙ୍କ ମନ୍ଦିରରେ ଫାଟ। ପ୍ରାୟ ପଞ୍ଚଦଶ ଶତାବ୍ଦୀର ଏହି ମନ୍ଦିର ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଭୁଷୁଡ଼ିବା ଆଶଙ୍କା ସୃଷ୍ଟି ହୋଇଛି। ମନ୍ଦିର ଦକ୍ଷିଣ ଦ୍ୱାର ଉପରେ ପଥର ଭାଙ୍ଗି ବିପଜ୍ଜନକ ଅବସ୍ଥାରେ ରହିଛି। ମନ୍ଦିର ଚୁଡ଼ାରେ ଏବଂ ନାଟ ମଣ୍ଡପ ଛାତ ଉପରେ ଗଛ ଉଠିଥିବା ଦେଖିବାକୁ ମିଳୁଛି।
ପୁରୀ ଶ୍ରୀମନ୍ଦିର ସହିତ ଏହି ମଙ୍ଗଳା ମନ୍ଦିରର ନିବିଡ଼ ସମ୍ପର୍କ ରହିଛି। ଦେବୋତ୍ତର ବିଭାଗ ମନ୍ଦିର ହୁଣ୍ଡି, ମନ୍ଦିର ପରିସରରେ ଥିବା ଭୋଗ ଓ ଦୀପ ଦୋକାନ, ପାର୍କିଂ ଫିସ୍‌ ବାବଦକୁ ପ୍ରତିବର୍ଷ କୋଟିକୋଟି ଟଙ୍କା ଆୟ କରୁଛି। ମାତ୍ର ମନ୍ଦିର ପ୍ରତି ଦେବୋତ୍ତର ବିଭାଗ ଯଥେଷ୍ଟ ଦୃଷ୍ଟି ଦେଉନାହିଁ। ଫଳରେ ଭକ୍ତ ଓ ସେବାୟତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏନେଇ ମା’ଙ୍କ ସେବକ ତାପସ ଦୀକ୍ଷିତ ଏବେ ବର୍ଷା ରୁତୁ। ମନ୍ଦିରରେ ଉଠିଥିବା ଗଛର ଚେର ବାଟଦେଇ ବର୍ଷାଜଳ ମନ୍ଦିରକୁ ଏବଂ ନାଟ ମଣ୍ଡପ ଛାତକୁ ପ୍ରବେଶ କରି ଏହାକୁ ଦୁର୍ବଳ କରିବାରେ ଲାଗିଛି। କିଛି ବର୍ଷ ପୂର୍ବେ ମନ୍ଦିରରୁ ଏକ ପଥର ଖସିପଡ଼ିଥିବାବେଳେ ଗର୍ଭଗୃହ ମଧ୍ୟରେ ବର୍ଷାଜଳ ଝରୁଥିଲା। ତାହା ସାମାନ୍ୟ ମରାମତି ହୋଇଥିଲା। ପରବର୍ତ୍ତୀ ସମୟରେ ମନ୍ଦିର ରକ୍ଷଣାବେକ୍ଷଣ ପ୍ରତି ଦେବୋତ୍ତର ବିଭାଗ ସମ୍ପୂର୍ଣ୍ଣ ଉଦାସୀନ ହୋଇଯାଇଛି। ମନ୍ଦିର ପ୍ରତି ବିପଦ ଦେଖାଦେଇଥିବାରୁ ଏହାକୁ ନେଇ ମାତୃଭକ୍ତମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଯଦି ତୁରନ୍ତ ମନ୍ଦିରକୁ ଯାଞ୍ଚ ନ କରି ଦେବୋତ୍ତର ବିଭାଗ ଚୁପ୍‌ ବସିଯାଏ ତେବେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି କହିଛନ୍ତି ବରେଣ୍ୟ କୁମାର ପାଢ଼ୀ। ଏ ସମ୍ପର୍କରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରତୀକ ପଟ୍ଟନାୟକଙ୍କୁ ପଚାରିବାରେ ମନ୍ଦିରର ସ୍ଥାୟିତ୍ୱ ପ୍ରତି ବିପଦ ନ ଥିବା ଓ ଦେଖାଦେଇଥିବା ସମସ୍ୟା ସମ୍ପର୍କରେ ଦେବୋତ୍ତର କମିଶନଙ୍କୁ ମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଥିବା କହିଛନ୍ତି। ଏହାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଦେବୋତ୍ତର ବିଭାଗ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ।…

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri