କାଜୁବାଦାମ ଉତ୍ପାଦନରେ ତୃତୀୟ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ କେନ୍ଦ୍ର କାଜୁ ଓ କୋକା ନିର୍ଦ୍ଦେଶାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିର ସୋମବାର ଇମେଜ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି କର୍ମଶାଳାକୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସ ଯୋଗଦେଇ କହିଥିଲେ ଯେ, ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଜୁ ଉତ୍ପାଦନ ପାଇଁ ଭଲ ମାଟି ଓ ପାଣିପାଗ ରହିଛି। କାଜୁବାଦାମ ଚାରା ରୋପଣ ଓ ଉତ୍ପାଦନରେ ସାରା ଭାରତରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି ବୋଲି ସେ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ନିଗମ ପରିଚାଳନା ନିର୍ଦ୍ଦେଶକ ସଦାନନ୍ଦ ନାୟକ, କେନ୍ଦ୍ର କାଜୁ ଓ କୋକା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭି.ଏନ୍‌. ହୁବାଲି, କାଜୁ ବିଶେଷଜ୍ଞ ପ୍ରଫେସର ପି.ସି. ଲେଙ୍କା ଉପସ୍ଥିତ ଥିଲେ। ୪ ଦିନ ଧରି ଚାଲିବାକୁ ଥିବା ଏହି କର୍ମଶାଳାରେ ୯ ରାଜ୍ୟରୁ ପ୍ରାୟ ୫୦ କୃଷି ଓ ଉଦ୍ୟାନ ଅଧିକାରୀମାନେ ଯୋଗଦେଇଛନ୍ତି। ଏହି ଶିବିରରେ କାଜୁ ଚାଷର ଉନ୍ନତି, ଅଧିକ ଅମଳକ୍ଷମ କାଜୁ ଉତ୍ପାଦନ, ଆଧୁନିକ ବୈଜ୍ଞାନିକ ପଦ୍ଧତିରେ ରୋଗପୋକ ନିୟନ୍ତ୍ରଣ ଓ କାଜୁ ଚାଷର ପ୍ରଚାର ପ୍ରସାର ତଥା ଲଙ୍କାଆମ୍ବର ପ୍ରକ୍ରିୟାକରଣ ଉପରେ ଜ୍ଞାନକୌଶଳ ପ୍ରଶିକ୍ଷଣ ଦିଆଯିବ। ଏହାଦ୍ୱାରା ରାଜ୍ୟ ତଥା ଦେଶରେ କାଜୁ ଉତ୍ପାଦନ ବୃଦ୍ଧି ହେବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ…

ସତରେ କ’ଣ ସାପ ଶତ୍ରୁଙ୍କଠାରୁ ପ୍ରତିଶୋଧ ନେଇଥାଏ? ସତକଥା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାପ ବିଶ୍ୱର ସବୁଠାରୁ ବିଷାକ୍ତ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ। ସାପକୁ ଦେଖିବା ମାତ୍ରେ ଯେ କେହି ଭୟରେ ଥରି ଉଠେ। ସାରା ବିଶ୍ୱରେ ତିନି ହଜାରରୁ ଅଧିକ…

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri