ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନିର୍ଦ୍ଦେଶକ୍ରମେ ଟ୍ରେଡ୍ ଲାଇସେନ୍ସ, ମାପ ଓ ଓଜନ ଠିକ୍ ନ ଥିବା ଏବଂ ପଲିଥିନ ଯାଞ୍ଚ କରାଯାଇ ଜରିମାନା ଆଦାୟ ହୋଇଛି। ଷ୍ଟେଶନ ରୋଡ୍ରେ ଥିବା ଆଚାର୍ଯ୍ୟ ମିକ୍ସର ଫ୍ୟାକ୍ଟିରୁ ୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ବେଳେ କାରିଣି ସାହି ନିକଟରେ ଥିବା ମହେନ୍ଦ୍ର ସାହୁ ମିକ୍ସର ଫ୍ୟାକ୍ଟ୍ରି ଓ ହୋଲସେଲ୍ରୁ ପଲିଥିନ ଜବତ ହୋଇଥିଲା ା ଏନ୍ଏସି ପକ୍ଷରୁ ୨୦ ହଜାର ଟଙ୍କା ଏବଂ ମାପ ଓ ଓଜନ ବିଭାଗ ପକ୍ଷରୁ ୧୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି। ସ୍ଥାନୀୟ ଷ୍ଟେଶନ ରୋଡ୍ରେ ଥିବା ଶ୍ୟାମ ଏଜେନ୍ସିର ଟ୍ରେଡ୍ ଲାଇସେନ୍ସ ନ ଥିବାରୁ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା ା ସେହିପରି ଗଣେଶ ପଣ୍ଡା ମିକ୍ସର ଫ୍ୟାକ୍ଟ୍ରି ର ଯାଞ୍ଚ କରାଯାଇ ମାପ ଓ ଓଜନ ବିଭାଗ ପକ୍ଷରୁ ୫ ହଜାର ଟଙ୍କା ଆଦାୟ ହୋଇଥିଲା ା ପରେ ରେଲୱେ ଷ୍ଟେଶନ ନିକଟରେ ଥିବା କନକଦୁର୍ଗା କାଜୁ ପ୍ରୋସେସିଂ ଇଣ୍ଡଷ୍ଟ୍ରିଜ୍ର ଟ୍ରେଡ୍ ଲାଇସେନ୍ସ ନ ଥିବାରୁ ୩୦ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ସୂଚନା ମିଳିଛି ା ଛତ୍ରପୁର ତହସିଲଦାର ନୀଳମାଧବ ଭୋଇ, ଭାରପ୍ରାପ୍ତ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ରାଜସ୍ବ ନିରୀକ୍ଷକ ଏନ୍. ରବି ପ୍ରଧାନ, ମାପ ଓ ଓଜନ ବିଭାଗର ସହକାରୀ ନିୟନ୍ତ୍ରକ ବିନୟ କୁମାର ଦାଶ, ବରିଷ୍ଠ ନିରୀକ୍ଷିକା ସାବିତ୍ରୀ ପଣ୍ଡା, ଛତ୍ରପୁର ବ୍ଲକ ଯୋଗାଣ ଅଧିକାରୀ ନିଖିଲ କୁମାର ବସ୍ତିଆଙ୍କ ସମେତ ଏନ୍ଏସି କାର୍ଯ୍ୟାଳୟର କର୍ମଚାରୀ ଯାଞ୍ଚ କରିଥିଲେ।
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
Archives

