କାଟିଙ୍ଗିଆ ବନ୍ଦ ୪ର୍ଥ ଦିନରେ: ତହସିଲଦାରଙ୍କ ଅଧ୍ୟକ୍ଷତାରେ ଦ୍ୱିପାକ୍ଷିକ ଆଲୋଚନା

ଦାରିଙ୍ଗବାଡ଼ି,୨୫।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆରେ ଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମି ଜବରଦଖଲ ଉଚ୍ଛେଦ ଦାବିରେ ଅଞ୍ଚଳବାସୀ ଶୁକ୍ରବାର ଠାରୁ କାଟିଙ୍ଗିଆ ବନ୍ଦ କରିଛନ୍ତି। ସୋମବାର ଏହା ଚତୁର୍ଥ ଦିନରେ ପହଞ୍ଚତ୍ଛି। ଦାରିଙ୍ଗବାଡ଼ି ତହସିଲ କାର୍ଯ୍ୟାଳୟରେ ତହସିଲଦାର ନୀତିଶ ତ୍ରୀପାଠୀଙ୍କ ଅଧ୍ୟକ୍ଷତାରେ ଏକ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। କାଟିଙ୍ଗିଆ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ବଞ୍ଚାଅ କମିଟିର ସଭାପତି ତଥା ସରପଞ୍ଚ କପିଳାଶ ମଲ୍ଲିକ, ସମ୍ପାଦକ ପ୍ରେମାନନ୍ଦ ବସ୍ତରାୟ, କୁମ୍ଭାରିଗାଁ ସରପଞ୍ଚ ସୁନାରସିଂ ମାଝୀ, ପ୍ରଧାନ ଶିକ୍ଷକ ଅଜୟ ରଣସିଂ, ଫେଲାୟ ଶୋଭାନାୟକ, ନିହାର ରଞ୍ଜନ ଦଣ୍ଡସେନା, ରମେଶ ମଲ୍ଲିକ ଉପସ୍ଥିତ ରହିଥିବା ବେଳେ ପ୍ରଶାସନ ପକ୍ଷରୁ ବିଡିଓ ତ୍ରିଲୋଚନ ପାତ୍ର, ଆର୍‌ଆଇ ବିପିନ ବିହାରୀ ଭୁୟଁା, ବରିଷ୍ଠ କିରାଣୀ ଅଜିତ କୁମାର ପଟ୍ଟନାୟକ, ସୁପରଭାଇଜର ରାଧାମୋହନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟ ବନ୍ଦ ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବାରୁ ବିଡିଓ ପାତ୍ର ଏବଂ ତହସିଲଦାର ତ୍ରିପାଠୀ ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ଖୋଲିବା ଏବଂ ଆଇନକୁ ହାତକୁ ନନେବା ପାଇଁ କମିଟିକୁ ପରାମର୍ଶ ଦେଇଥିଲେ। ଜବରଦଖଲକାରୀଙ୍କୁ ନୋଟିସ ଦିଆଯାଇଛି ୨୭ ତାରିଖରେ ଉଚ୍ଛେଦ କରାଯିବ ବୋଲି ସେ କମିଟିକୁ ଅବଗତ କରାଇଥିଲେ। ତେବେ କମିଟି କାଟିଙ୍ଗିଆ ଆସି ବିକ୍ଷୋଭକାରୀଙ୍କୁ ବୁଝାଶୁଝା କରିବା ସହ ପ୍ରତିଶ୍ରୁତି ଦେଇ ଆନ୍ଦୋଳନ ପ୍ରତ୍ୟାହୃତ କରିବାକୁ ପ୍ରଶାସନକୁ ନିବେଦନ କରିଥିଲା। ବିଡିଓ ପାତ୍ର ଏବଂ ତହସିଲଦାର ତ୍ରିପାଠୀ ମଙ୍ଗଳବାର କାଟିଙ୍ଗିଆରେ ପ୍ରଶାସନ ପହଞ୍ଚତ୍ବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ସୋମବାରରେ ବିଦ୍ୟାଳୟ ତାଲା ଖୋଲିବାକୁ ପ୍ରଶାସନ ପକ୍ଷରୁ ନିବଦେନକୁ କମିଟି ଅଗ୍ରାହ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?