କାଟ୍ରିନାଙ୍କ ଆଖିକୁ ନିଦ ନାହିଁ

ମୁମ୍ବାଇ: ଜୁନ୍‌ ୫ରେ ରିଲିଜ୍‌ ହେବାକୁ ଯାଉଛି କାଟ୍ରିନା କୈଫ୍‌ ଅଭିନୀତ ବଲିଉଡ୍‌ ଚଳଚ୍ଚିତ୍ର ‘ଭାରତ’। ଏଥିଲାଗି ତାଙ୍କ ଆଖିରେ ନିଦ ନ ଥିବା କାଟ୍ରିନା କହିଛନ୍ତି। ରାତି ତମାମ୍‌ ଉଜାଗର ରହି ଚଳଚ୍ଚିତ୍ରରେ ତାଙ୍କ ଅଭିନୟକୁ ଦର୍ଶକ କିପରି ଗ୍ରହଣ କରିବେ, ସେ କଥା ଭାବୁଥିବା ସେ କହିଛନ୍ତି। ସଲ୍‌ମାନ୍‌ଙ୍କ ସହ ଅଭିନୟକୁ ଲୋକମାନେ କେମିତି ନେବେ ଓ ତାଙ୍କ ଅଭିନୟର ଯାଦୁ ଦର୍ଶକଙ୍କ ମନକୁ ଛୁଇଁବ କି ନାହିଁ, ତାକୁନେଇ କାଟ୍ରିନା ଏବେ ପୂରା ଚିନ୍ତାରେ ଅଛନ୍ତି। ଏହି ଚଳଚ୍ଚିତ୍ରରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ତବୁ, ଦିଶା ପଟାନି ଓ ଜ୍ୟାକି ଶ୍ରଫ୍‌। ବକ୍ସ ଅଫିସ୍‌ରେ ‘ଭାରତ’ ସଫଳ ହେବ ବୋଲି କୁହାଯାଉଥିବାବେଳେ ସବୁକିଛି ଦର୍ଶକଙ୍କ ଉପରେ ନିର୍ଭର କରେ ବୋଲି କାଟ୍ରିନା କହିଛନ୍ତି। ପ୍ରତିଟି ଶଟ୍‌ ନିଖୁଣ ରହିଛି ଓ ଏହି ଚଳଚ୍ଚିତ୍ର ହିଟ୍‌ ହେବ ବୋଲି ଆଶା ରଖିଥିବା ସେ ପ୍ରକାଶ କରିଛନ୍ତି। ଅଲୀ ଅବ୍ବାସ ଜାଫର୍‌ ନିର୍ଦ୍ଦେଶିତ ଓ ଅଲଭିରା ଖାନ୍‌ ଅଗ୍ନିହୋତ୍ରୀ ପ୍ରଯୋଜିତ ‘ଭାରତ’ ଭଲ ଫଳ ଆଣିଦେବ ବୋଲି ଆଶା କରାଯାଉଛି। ପ୍ରକାଶଥାଉ କି, କାଟ୍ରିନା ତାଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ‘ସୂର୍ଯ୍ୟବଂଶୀ’ରେ ଅକ୍ଷୟ କୁମାରଙ୍କ ସହ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାରେ ୧୦ ଲକ୍ଷ ଭାରତୀୟଙ୍କ ମୁଣ୍ଡ ଉପରେ ଝୁଲୁଛି ଖଣ୍ଡା, ଜଙ୍ଗଲରେ ତମ୍ବୁ ଲଗାଇ ରହୁଛନ୍ତି ପ୍ରବାସୀ

ଓଟାଓ୍ବା,୩।୧: କାନାଡାରେ ଅବୈଧ ପ୍ରବାସୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି, ଯାହାଙ୍କ ମଧ୍ୟରୁ ପ୍ରାୟ ଅଧା ଭାରତୀୟ ହେବେ। କାନାଡାରେ ଲକ୍ଷ...

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ...

US-Iran Tension: ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବର୍ଷିଲା ଇରାନ, ଦେଲା ଏମିତି ଧମକ ସଭିଏଁ ଆଶ୍ଚର୍ଯ୍ୟ

ତେହରାନ,୩।୧: ଇରାନରେ ଚାଲିଥିବା ବ୍ୟାପକ ପ୍ରତିବାଦ ମଧ୍ୟରେ, ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପର୍କରେ ପୁଣି ଥରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର (ଜାନୁଆରୀ ୨,...

ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବା ପୂର୍ବରୁ ଅସୁସ୍ଥ ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଏହି ଘୋଷଣା ପୂର୍ବରୁ, ଭାରତୀୟ ଅଧିନାୟକ ଅସୁସ୍ଥ...

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ସିଲେକ୍ସନ ହେବା ପୂର୍ବରୁ ଆସିଲା ଟିମ ଇଣ୍ଡିଆର ଫିଟନେସ୍‌ ରିପୋର୍ଟ, ନାହିଁ ଏହି ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶନିବାର ଦଳ ଘୋଷଣା ହେବାର ସମ୍ଭାବନା ରହିଛି। ସମସ୍ତଙ୍କ ନଜର କେଉଁ ଖେଳାଳିଙ୍କୁ...

EPFO: ଏହି ଜରୁରୀ କାମ କରିନଥିଲେ ଫସିଯିବ ଆପଣଙ୍କ ଟଙ୍କା, ଜାଣିନିଅନ୍ତୁ ନିୟମ

ନୂଆଦିଲ୍ଲୀ,୩।୧: ଯଦି ଆପଣ ଜଣେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଆକାଉଣ୍ଟଧାରୀ ଏବଂ ଏ ପର୍ଯ୍ୟନ୍ତ ଆବଶ୍ୟକୀୟ KYC ଯାଞ୍ଚ ସମାପ୍ତ କରିନାହାଁନ୍ତି, ତେବେ ଆପଣଙ୍କ...

ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ: ହୋଇଥିଲା ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ

ଗଞ୍ଜାମ,୩।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ସଂଯୋଗ...

ସରକାରଙ୍କ ବଡ଼ ନିଷ୍ପତ୍ତି: ଲଗାଇବେ ସ୍ମାର୍ଟ ମିଟର, ଖର୍ଚ୍ଚ ହେବ…

ଭୁବନେଶ୍ୱର,୩ା୧: ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri