କାଠ ଚୋରିର ହେବ ତଦନ୍ତ

କଣିହଁ।,୨୧ା୪ (ଡି.ଏନ.ଏ.)

କଣିହଁ। ବନାଞ୍ଚଳ ହନୁମାନପୁର ସେକ୍ସନର ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି କାଠ ମାଫିଆମାନେ ଚୋରି କରିବାରେ ଲାଗିଛନ୍ତି। ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ବନ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଇ କେବଳ ଜଙ୍ଗଲରୁ ନିଅଁା ଲିଭାଇବା ଓ ଗ୍ରାମାଞ୍ଚଳରେ ପଶିଥିବା ହାତୀ ଘଉଡ଼ାଇବା କାର୍ଯ୍ୟରେ ବ୍ୟସ୍ତ ରହୁଛି। ଫଳରେ ସୋମବାର ସାପକଟା ସଂରକ୍ଷିତ ଜଙ୍ଗଲରୁ ବହୁ ଶାଳ ଗଛ କଟାଯାଇଥିବା ଜଣାପଡ଼ିଛି। ଉକ୍ତ କାଠଗୁଡ଼ିକୁ ସାଇଜ୍‌ କରି ଜଙ୍ଗଲ ମଧ୍ୟରେ ଚାଲାଣ ପାଇଁ ରଖାଯାଇଛି। ତେବେ ସୁରକ୍ଷା ନିମନ୍ତେ ଏକ ବିଟ୍‌ ହାଉସ୍‌ ରହିଥିଲେ ମଧ୍ୟ କେମିତି ମାଫିଆମାନେ ନିୟମିତ ଏପରି କାଠ ଚୋରି କରୁଛନ୍ତି ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରେଞ୍ଜର ନୀଳମଣି ଦେହୁରୀ କହିଛନ୍ତି, ଶାଳଗଛ କଟାଯାଇଥିବା ଖବର ମିଳିଛି। ତୁରନ୍ତ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri