କାଦେ ମାଝୀ ହତ୍ୟାକାଣ୍ଡ ଘଟଣା: ୨ ଗିରଫ

ପାଟଣା,୩୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ଗତ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଗାଁ ଦାଣ୍ଡରେ ହତ୍ୟାକରିବା ପରେ କାଦେଙ୍କ ଘର ସମ୍ମୁଖରେ ଫିଙ୍ଗି ଦେଇଥିଲେ। ସକାଳୁ କାଦେଙ୍କ ପୁଅ ଫାଗୁ ବାପାଙ୍କ ମୃତଦେହ ଦେଖିବା ପରେ ସ୍ଥାନୀୟ ଗ୍ରାମରକ୍ଷୀଙ୍କୁ ଖବର ଦେଇଥିଲେ। ଶନିବାର ପାଟଣା ପୋଲିସ ମୃତଦେହ ଜବତ କରିଥିଲା। ମଙ୍ଗଳବାର ପୋଲିସ ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଦ୍ବୟ ହେଲେ ଉକ୍ତ ଗ୍ରାମର ୬୯ବର୍ଷୀୟ କାଦୁ ମାଝୀ ଓ ୪୦ ବର୍ଷୀୟ ବଳରାମ ମାଝୀ। ଏନେଇ ପାଟଣା ଥାନା ଏସ୍‌ଆଇ ବୈଲୋଚନ ସିଂ ଏକ ମାମଲା (୯୩/୧୯) ରୁଜୁକରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି। ତେବେ ଏହି ହତ୍ୟାକାଣ୍ଡ ଘଟଣାରେ ଆହୁରି ଅଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି। ପର୍ଯ୍ୟାୟ କ୍ରମେ ଅନ୍ୟମାନଙ୍କୁ ଗିରଫ କରାଯିବ ବୋଲି ଥାନାଧିକାରୀ ପୁଷ୍ପାଞ୍ଜଳି ସାମନ୍ତରାୟ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ୬ ମାସ ପୂର୍ବେ ଅନ୍ୟ ଗାଁରୁ ଚାଲି ଆସିଥିବା ଏକ ବଳଦକୁ କାଦେ ୮ ହଜାର ଟଙ୍କାରେ ବିକ୍ରି କରିଦେଇଥିଲେ। ଏ ନେଇ ଗ୍ରାମବାସୀ ସଭା ଡକାଇ କାଦେଙ୍କୁ ୧୬ ହଜାର ଟଙ୍କା ଦାବି କରିଥିଲେ। ୧୬ହଜାର ଟଙ୍କା ଦେଇ ନ ପାରିବାରୁ କାଦେଙ୍କୁ ଦାଣ୍ଡରେ ଗାଁ ଲୋକେ ପିଟି ପିଟି ମାରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri