କାନଝରି ଡ୍ୟାମରେ ଭାସୁଛି ମଲା କୁକୁଡା

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରି ଡ୍ୟାମରେ ବସ୍ତାରେ ବନ୍ଧା ହୋଇଥିବା ବହୁ ସଂଖ୍ୟାରେ ମଲା କୁକୁଡ଼ା ଭାସୁଥିବା ଦେଖିବାକୁ ମିଳିଛି। ସୋମବାର ଆଖପାଖ ଅଞ୍ଚଳରେ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକ ଏହା ଜାଣିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଏହି ଡ୍ୟାମରୁ କେନ୍ଦୁଝର ସହରକୁ ପାନୀୟ ଜଳ ଯୋଗାଣ ହୋଇଥାଏ। ଏଣୁ ଦୂଷିତ ପାଣିକୁ ନେଇ ସହରବାସୀ ଚିନ୍ତାରେ ରହିଛନ୍ତି। ସେହିପରି ଏହି ପାଣି ଉପରେ ଆଖପାଖ ୪ରୁ ୫ ପଞ୍ଚାୟତର ଲୋକ ର୍ନିଭର କରିଥାନ୍ତି। ସେହିପରି ପର୍ଯ୍ୟଟକ ବହୁ ସଂଖ୍ୟାରେ ଆସି ଭୋଜିଭାତ କରିଥାନ୍ତି। ମଙ୍ଗଳବାର ହୋଲି ଥିବାରୁ ବହୁ ଲୋକ ପୂର୍ବବର୍ଷ ଭଳି ସେଠାକୁ ଯାଇ ଗାଧୁଆ ପାଧୁଆ କରିବା ସହ ଭୋଜିଭାତ କରିବେ। ଏହାଦ୍ୱାରା ବିଭିନ୍ନ ସଂକ୍ରାମକ ରୋଗ ବ୍ୟାପିବାର ଆଶଙ୍କା ରହିଛି। ଯଦିଓ ପାଣିକୁ ବିଶୋଧନାଗାରରେ ବିଶୋଧନ କରି ଯୋଗାଣ ହେଉଛି ଏଣୁ ସମସ୍ୟା ନାହିଁ ବୋଲି କୁହାଯାଉଥିଲେ ହେଁ ଏହାକୁ ନେଇ ଲୋକଙ୍କ ମଧ୍ୟରେ ସଂଶୟ ସୃଷ୍ଟି କରୁଛି। ଅନେକ ପାଣି ବ୍ୟବହାର କରୁ ନାହାନ୍ତି ଓ କେତେକ ପାଣି ଫୁଟାଇ ବ୍ୟବହାର କରୁଥିବା ଜଣାପଡିଛି। ତେବେ ଏତେ ସଂଖ୍ୟାରେ ମଲା କୁକୁଡା କେଉଁଠୁ ଆସିଲା କିଏ ପକାଇଲା ତାହା ଜଣାପଡିନାହିଁ। ବାର୍ଡ ଫ୍ଲୁ କୁ ନେଇ ରାଜ୍ୟରେ କୁକୁଡ଼ା ମରା ଅଭିଯାନ ଚାଲିଥିବା ବେଳେ ଏହି କୁକୁଡ଼ା କିପରି ମଲା ତାହା ଯାଞ୍ଚ ସାପେକ୍ଷ । କୁକୁଡ଼ା ସବୁ ପଚିଯାଇଥିବା ବେଳେ ଦୁର୍ଗନ୍ଧ ହେଉଥିବାରୁ ପରିବେଶ ପ୍ରଦୂଷଣ ହେଉଥିବାରୁ ଆପତଃକାଳୀନ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri