Posted inଖେଳ

କାନାଡା ଓପନ ବ୍ୟାଡ୍‌ମିଣ୍ଟନ: କାଶ୍ୟପ ରନର୍ସ ଅପ୍‌

କାଲଗାରି,୮।୭- ପୂର୍ବତନ ରାଜ୍ୟଗୋଷ୍ଠୀ ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଚଳିତ କାନାଡା ଓପନ ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଉପବିଜେତା ଭାବେ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍‌ ବିଶିଷ୍ଟ ଫାଇନାଲରେ କାଶ୍ୟପଙ୍କୁ ଚାଇନାର ଅଣ ସିଡ୍‌ ଲି ଶି ଫେଙ୍ଗ୍‌ ହରାଇ ପୁରୁଷ ସିଙ୍ଗଲ୍ସ ବର୍ଗର ଟାଇଟଲ ହାତେଇଛନ୍ତି। ୬ଷ୍ଠ ସିଡ୍‌ କାଶ୍ୟପ ପ୍ରଥମ ଗେମ୍‌କୁ ୨୨-୨୦ ବ୍ୟବଧାନରେ ଜିତିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇ ଗେମ୍‌ରେ ୧୪-୨୧, ୧୭-୨୧ରେ ପରାଜୟବରଣ କରିଥିଲେ। ଫାଇନାଲରେ ଦୁଇ ଖେଳାଳିଙ୍କ ମଧ୍ୟରେ ଏକଘଣ୍ଟା ୧୬ ମିନିଟ୍‌ ଧରି ଲଢ଼େଇ ହୋଇଥିଲା। ପରାଜୟ ପରେ ୩୨ ବର୍ଷୀୟ କାଶ୍ୟପ କହିଛନ୍ତି, ଫାଇନାଲରେ କଡ଼ା ସଂଘର୍ଷ ସତ୍ତ୍ୱେ ରୌପ୍ୟ ପଦକ ପାଇଛି। ଏହା ମୋ ଶ୍ରେଷ୍ଠ ପ୍ରଦର୍ଶନ ନୁହେଁ। କିନ୍ତୁ ଚଳିତ ସପ୍ତାହରେ ମୁଁ ଭଲ ଖେଳିଛି। ସମର୍ଥନ ପାଇଁ ପ୍ରଶଂସକଙ୍କୁ ଧନ୍ୟବାଦ। ସାଥୀ ଖେଳାଳି ଏଚ୍‌.ଏସ୍‌. ପ୍ରଣୟ ଟୁର୍ନାମେଣ୍ଟରେ କ୍ୱାର୍ଟର ଫାଇନାଲରେ ହାରିଯାଇଥିଲେ ମଧ୍ୟ ସ୍ବଦେଶ ଫେରି ନ ଥିଲେ। ସେଠାରେ ସେ ଜଣେ କୋଚ୍‌ ଭାବେ କୋର୍ଟରେ କାଶ୍ୟପଙ୍କୁ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri